ସୁଭଦ୍ରା ଫର୍ମ ଫେରସ୍ତ ମାଗିବାରୁ ଅଙ୍ଗନୱାଡି ଦିଦିଙ୍କୁ ପିଟିଲେ, ଆଉ ଏବେ….

ଚାନ୍ଦବାଲି,୧୧।୯(କିଷାନ ପାତ୍ର): ସୁଭଦ୍ରା ଫର୍ମ ଫେରସ୍ତ ମାଗିବା ଘଟଣାକୁ କେନ୍ଦ୍ରକରି ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଅଙ୍ଗନୱାଡି କର୍ମୀ ପ୍ରୀତିରେଖା ବଳଙ୍କୁ ମାଡ଼ ଘଟଣାରେ ମଙ୍ଗଳବାର ଶତାଧିକ ଅଙ୍ଗନୱାଡି କର୍ମୀ ପ୍ରତିବାଦ ଜଣାଇଛନ୍ତି। ସେମାନେ ବିଡିଓଙ୍କୁ ଭେଟି ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବାକୁ ଦାବି କରିଛନ୍ତି। ପୋଲିସ ମାମଲା ରୁଜୁ କରିଥିବା ବେଳେ ଏପର୍ଯ୍ୟନ୍ତ କାହାକୁ ଗିରଫ କରିନାହିଁ। ଅଭିଯୁକ୍ତମାନେ ମାନେ ଖୁଲମଖୋଲା ଗାଁରେ ବୁଲୁଥିବା ସେମାନେ ଅଭିଯୋଗ କରିଛନ୍ତି। ୪୮ଘଣ୍ଟା ଭିତରେ ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ବ୍ଲକର ସମସ୍ତ ଅଙ୍ଗନୱାଡି କର୍ମୀ ସରକାରଙ୍କ କୌଣସି କାମରେ ସହଯୋଗ କରିବେ ନାହିଁ। ଏଥିସହ ବ୍ଲକ ଅଫିସ୍‌ ଆଗରେ ଧାରଣା ଦେବେ ବୋଲି ଅଙ୍ଗନୱାଡି କର୍ମୀ ଋତୁପୂର୍ଣ୍ଣା ନାୟକ, ମାଧବୀଲତା ନାୟକ, ସୁପ୍ରଭା ରାଉତ, ମମତା ମଲିକ୍‌, ରେବତୀ ନାଥ, ଲିଲି ଭୋଇ, ସ୍ବର୍ଣ୍ଣପ୍ରଭା ମହାଳିକ, ମନୋରମା ବଳ, ରଞ୍ଜିତା ନାୟକ ପ୍ରମୁଖ ବିଡିଓଙ୍କୁ ଜଣାଇଛନ୍ତି। ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ବିଡିଓ ଅସିତ କୁମାର ମହାନ୍ତି ପ୍ରତିଶ୍ରୁତି ଦେଇଛନ୍ତି। ପ୍ରକାଶଥାଉ କି, ବୟସ ସୀମା ହୋଇ ନ ଥିବା ଜଣେ ୧୯ ବର୍ଷୀୟା ବିବାହିତା ମହିଳା ଅଙ୍ଗନୱାଡି କର୍ମୀ ଅନୁପସ୍ଥିତ ଥିବାବେଳେ ସହାୟିକାଙ୍କଠାରୁ ଫର୍ମ ନେଇଥିଲେ। ପ୍ରୀତିରେଖା ଜାଣିବା ପରେ ଫର୍ମ ଫେରାଇବାକୁ କହିବାରୁ ତାଙ୍କୁ ମାଡ଼ ମାରିଥିଲେ ବୋଲି ସେ ବାଂଶଡ଼ା ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri