ଅଙ୍ଗନଓ୍ବାଡି ସକାଳ ଜଳଖିଆରେ ମାଣ୍ଡିଆ ଲଡୁ ସାମିଲ ହେବ

ଭୁବନେଶ୍ୱର,୧୮।୮ (ବ୍ୟୁରୋ): ଶିଶୁ ଖାଇବେ ମାଣ୍ଡିଆ ଲଡୁ। ପ୍ରାକ୍‌ ବିଦ୍ୟାଳୟ ଶିଶୁଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଅଙ୍ଗନଓ୍ବାଡ଼ି ଜଳଖିଆରେ ମାଣ୍ଡିଆ ଲଡୁକୁ ସାମିଲ କରିବା ପାଇଁ ଚିନ୍ତା କରାଯାଉଛି। ତେବେ ପାଇଲଟ୍‌ କାର୍ଯ୍ୟକ୍ରମ ଭାବେ ପ୍ରଥମେ କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏଥିରେ ସଫଳତା ମିଳିଲେ ରାଜ୍ୟର ସବୁ ଜିଲାରେ ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଓଡ଼ିଶା ମିଲେଟ୍‌ ମିଶନ ତରଫରୁ ବୈଷୟିକ ସହାୟତା ଏବଂ ଜିଲା ଖଣିଜ ପାଣ୍ଠିରୁ ଆର୍ଥିକ ସହାୟତାରେ ଜୁଲାଇରେ କେନ୍ଦୁଝର ଜିଲାର ୩୩୫ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ସ୍ବାଧୀନତା ଦିବସରେ ସୁନ୍ଦରଗଡ଼ ଜିଲାର ହେମଗିରି, ଟାଙ୍ଗରପାଲି ଏବଂ ସଦର ବ୍ଲକ୍‌ ଅନ୍ତର୍ଗତ ୫୪୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ମଧ୍ୟ ଏହାର ଶୁଭାରମ୍ଭ କରାଯାଇଛି। ଏଥିସହ ଜିଲାର ଲେଫ୍ରିପଡ଼ା ବ୍ଲକ୍‌ରେ ମଧ୍ୟ ସ୍ପିରିଲୁନାଯୁକ୍ତ ବାଦାମ ଚିକି ବିତରଣ ଆରମ୍ଭ ହୋଇଛି। ଏଥିରୁ ସୁଫଳ ମିଳିଲେ ପ୍ରଥମେ ଦୁଇ ଜିଲାର ସବୁ ଅଙ୍ଗନଓ୍ବାଡି କେନ୍ଦ୍ରରେ ମାଣ୍ଡିଆ ଲଡୁ ସାମିଲ ହେବ। କେନ୍ଦୁଝର ଜିଲାରେ ପ୍ରତି ଶିଶୁଙ୍କୁ ସପ୍ତାହରେ ୨ଟି ଓ ସୁନ୍ଦରଗଡ଼ ଜିଲାରେ ୪ଟି ଲେଖାଏ ମାଣ୍ଡିଆ ଲଡୁ ଦିଆଯିବ। ମାଣ୍ଡିଆ ଲଡୁ ପ୍ରସ୍ତୁତି ପାଇଁ ସାମଗ୍ରୀ ମିଶ୍ରଣରେ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରାଯାଇଛି। ମାଣ୍ଡିଆ ସଂରକ୍ଷଣ, ମାଣ୍ଡିଆ ଚୂନା ପ୍ରସ୍ତୁତି ସମ୍ପର୍କରେ ସେମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ବର୍ତ୍ତମାନ କରୋନା ଯୋଗୁ ଅଙ୍ଗନାଓ୍ବାଡ଼ି ବନ୍ଦ ଥିବାରୁ ଶିଶୁଙ୍କ ଘରେ ଏହି ମିଶ୍ରଣକୁ ଦିଆଯାଉଛି। ଏହି ମିଶ୍ରଣରେ ଲଡୁ ପ୍ରସ୍ତୁତ କରି ପିଲାଙ୍କୁ ଖାଇବାକୁ ଦେବା ପାଇଁ ମା’ମାନଙ୍କୁ ପରାମର୍ଶ ଦିଆଯାଉଛି। ଅଙ୍ଗନଓ୍ବାଡ଼ି ଖୋଲିବା ପରେ ସହାୟିକାମାନେ ନିଜେ ଲଡୁ ପ୍ରସ୍ତୁତ କରି ଶିଶୁଙ୍କୁ ପ୍ରତି ବୁଧବାର ଓ ଶନିବାର ଖାଇବାକୁ ଦେବେ। ଏହାଦ୍ୱାରା ଶିଶୁଙ୍କ ପୋଷଣ ସମସ୍ୟା ଦୂର ହେବା ସହ ମାଣ୍ଡିଆ ଉପତ୍ାଦନ ବୃଦ୍ଧି ପାଇବ ଓ କୃଷକମାନେ ଉପତ୍ାଦନର ଉପଯୁକ୍ତ ମୂଲ୍ୟ ପାଇବେ। ସ୍ଥାନୀୟ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ନିମନ୍ତେ ରୋଜଗାରର ମାଧ୍ୟମ ସୃଷ୍ଟି ହେବ ବୋଲି ବିଭାଗ ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri