ଅବ୍ୟବସ୍ଥାରେ କୁସୁମଗାଡ଼ିଆ ଅଙ୍ଗନଓ୍ବାଡି କେନ୍ଦ୍ର

ନୂଆଗାଁ,୨।୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ କୁସୁମଗାଡ଼ିଆ ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ୩ ମାସ ହେଲା ଶିଶୁମାନଙ୍କୁ ଅଣ୍ଡା ମିଳୁନାହିଁ। ୮ବର୍ଷ ହେଲା ଉକ୍ତ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲେ ମଧ୍ୟ ନିଜସ୍ବ ଘର ନାହିଁ। ଅଙ୍ଗନଓ୍ବାଡି କର୍ମୀଙ୍କ ଘରେ ସେହି କେନ୍ଦ୍ର ଚାଲିଛି।
କୁସୁମଗାଡ଼ିଆ ଗ୍ରାମର ଗର୍ଭବତୀ, ପ୍ରସୂତି ମହିଳା ଓ ଶିଶୁମାନଙ୍କ ଦାୟିତ୍ୱ ନେବା ସହ ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇ ଖେଳକୁଦ ମାଧ୍ୟମରେ ସେମାନଙ୍କ ଯତ୍ନ ନେବା ପାଇଁ ମିନି ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଦୀର୍ଘ ୮ ବର୍ଷ ହେଲା ମିନି ଅଙ୍ଗନଓ୍ବାଡି ପ୍ରତିଷ୍ଠା କରାଯାଇଥିଲେ ମଧ୍ୟ ଅଦ୍ୟାବଧି ନିଜସ୍ବ ଗୃହ ନିର୍ମାଣ କରାଯାଇ ନାହିଁ । ଯାହା ଫଳରେ କର୍ମୀ ନିଜ ଘରେ କେନ୍ଦ୍ରର ସମସ୍ତ କାମ କରିବା ସହ ଶିଶୁମାନଙ୍କୁ ରୋଷେଇ କରି ଦେଉଛନ୍ତି। ଉକ୍ତ କେନ୍ଦ୍ରରେ ୫ ଜଣ ଶିଶୁଙ୍କ ନାମ ଲେଖା ଯାଇଛି । ତେବେ ଉକ୍ତ ଶିଶୁମାନଙ୍କୁ କେଉଁ ଦିନ ଖାଦ୍ୟ ଦିଆ ଯାଉଛି ତ କେଉଁ ଦିନ ଦିଆ ଯାଉ ନାହିଁ । ଏପରିକି ୩ ମାସ ହେଲା ପ୍ରି ସ୍କୁଲ ଶିଶୁମାନଙ୍କୁ ଅଣ୍ଡା ଦିଆଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗର ସତ୍ୟାସତ୍ୟ ଜାଣିବା ପାଇଁ ଆମ ଖବରଦାତା କୁସୁମଗାଡିଆ ଗ୍ରାମରେ ପହଞ୍ଚତ୍ ଥିବା ବେଳେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଚାଲୁଥିବା କର୍ମୀଙ୍କ ଘରେ ତାଲା ଝୁଲୁଥିଲା । ଗ୍ରାମବାସୀଙ୍କୁ ପଚାରିବାରେ କର୍ମୀ କୌଣସି ଜଣେ ସମ୍ପର୍କୀୟଙ୍କ ଭୋଜିକୁ ଯାଇଥିବା କହିଥିଲେ। କର୍ମୀଙ୍କ ଅନୁପସ୍ଥିତ ଓ ଅଣ୍ଡା ନ ଦେବା ବାବଦରେ ସୁପରଭାଇଜର ମଞ୍ଜୁଶ୍ରୀ ପଣ୍ଡାଙ୍କୁ ପଚାରିବାରେ କୁସୁମଗାଡିଆ କର୍ମୀ ଡିମିରପଲି କେନ୍ଦ୍ରରେ ଛୁଟି ଦରଖାସ୍ତ ଦେଇ ଯାଇଛନ୍ତି। ସେ ଶିଶୁମାନଙ୍କୁ ଖାଦ୍ୟ ଦେଇ ନ ଥିବାରୁ ତାଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି ହେବ । ଅଣ୍ଡା ନ ଦେବା ବାବଦରେ ତାଙ୍କୁ ବୁଝିବା ପରେ କହିବି ବୋଲି ସେ କହିଛନ୍ତି। ଅଭିଯୋଗ ବାବଦରେ କୁସୁମଗାଡିଆ ଅଙ୍ଗନଓ୍ବାଡି କର୍ମୀ ରୀନାରାଣୀ ପ୍ରଧାନଙ୍କୁ ଯୋଗଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri