ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଅଙ୍ଗନୱାଡି କେନ୍ଦ୍ର

ନନ୍ଦପୁର,୨୪l୩(ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ଅଞ୍ଚଳ ପାଡୁଆ ପଞ୍ଚାୟତର ଗୁମିଗୁଡା ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଏହି କେନ୍ଦ୍ରଟି ଏବେ ଗ୍ରାମରେ ଥିବା ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଚାଲିଛି। ଏଠାରେ ଗୁମିଗୁଡ଼ା ଓ ଗତରକଣ୍ଡା ଗ୍ରାମର ୩୦ରୁ ଉଦ୍ଧ୍ୱର୍ର୍ ଶିଶୁ ବସି ପାଠ ପଢ଼ୁଛନ୍ତି। ଏହା ସମାଜ ମଙ୍ଗଳ ବିଭାଗ, ଜିଲା ପ୍ରଶାସନ ସମେତ ମହିଳା ଓ ଶିଶୁ ବିକାଶ ବିଭାଗର କାର୍ଯ୍ୟକାରିତା ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରିଛି। ଅଙ୍ଗନଓ୍ବାଡି ଗୃହ ନ ଥିବା ନେଇ ୨ ଗ୍ରାମବାସୀଙ୍କ ତରଫରୁ ପ୍ରଶାସନକୁ ଅଭିଯୋଗ କରାଯାଇଥିଲେ ସୁଦ୍ଧା ଅଦ୍ୟାବଧି କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ।
ନନ୍ଦପୁର ସିଡିପିଓଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଗାଲଗାଣ୍ଡା ଅଙ୍ଗନୱାଡ଼ି କେନ୍ଦ୍ର ଅଧୀନରେ ଥିବା ଦୁଇ ଗ୍ରାମ ଗୁମିଗୁଡା ଓ ଗତରକଣ୍ଡାକୁ ଦୂରତା ଓ ପିଲା ସଂଖ୍ୟାକୁ ଦୃଷ୍ଟିରେ ରଖି ନୂତନ ଗୁମିଗୁଡ଼ା ଅଙ୍ଗନୱାଡ଼ି କେନ୍ଦ୍ର ସୃଷ୍ଟି କରାଯାଇ କର୍ମୀ ଓ ସହାୟକ ନିଯୁକ୍ତି ଦିଆଯାଇଛି। ଏହି କେନ୍ଦ୍ର ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଚାଲିଛି। ନିଜସ୍ବ ଗୃହ ନିର୍ମାଣ ନିମନ୍ତେ କାର୍ଯ୍ୟଳୟ ତରଫରୁ ଜିଲା ମଙ୍ଗଳ ବିଭାଗକୁ ପ୍ରସ୍ତାବ ଦିଆଯାଇଛି। ମଞ୍ଜୁରୀ ମିଳିଲେ ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ବ୍ଲକରେ ଥିବା ୨୪୦ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟରୁ ୨୦ରୁ ଉର୍ଦ୍ଧ୍ୱ କେନ୍ଦ୍ର ବ୍ଲକ ପ୍ରଶାସନ ଓ ଡିପିଇପି ଦ୍ୱାରା ଦୀର୍ଘଦିନ ହେଲା ଅର୍ଦ୍ଧର୍ନିମିତ ଅବସ୍ଥାରେ ରହିଛି। ଅଧାପନ୍ତରିଆ କେନ୍ଦ୍ରଗୁଡ଼ିକରେ ପ୍ରାକ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଥିପ୍ରତି ଦୃଷ୍ଟି ଦେବାକୁ ନନ୍ଦପୁର ଶିଶୁ ବିକାଶ ପ୍ରକଳ୍ପରେ କାର୍ଯ୍ୟରତ ସମସ୍ତ ମଣ୍ଡଳ ପରିଦର୍ଶକ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri