୧୪ ବର୍ଷ ଧରି ପର ଅଗଣାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

କୋଡିଙ୍ଗା,୨୪।୧(ଡି.ଏନ୍‌.ଏ.):ଆଜକୁ ୧୪ବର୍ଷ ହେବ ନିଜସ୍ବ କୋଠା ନାହିଁ। କେତେବେଳେ କାହା ଅଗଣାରେ ତ କେତେବେଳେ କାହା ବାରଣ୍ଡାରେ। ଖରା ବର୍ଷାରେ ଚାଲୁଛି ଛୋଟ ପିଲା ଭବିଷ୍ୟତ ତିଆରି। ଏଥିସହ ମା’ ଓ ଶିଶୁଙ୍କ ପାଇଁ ଥିବା ଯୋଜନାର ଲାଭ ଉଠାଇ ପାର ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଦିଗହରା ହୋଇପଡିଛି ସରକାରଙ୍କ ମା ଓ ଶିଶୁବିକାଶ ଯୋଜନା। ଏହା ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ ସଦର ବାଲେଙ୍ଗା ପଞ୍ଚାୟତ ୨ନଂ ଅଙ୍ଗନଓ୍ବାଡି କେନ୍ଦ୍ରର ଅବସ୍ଥା।
ବାଲେଙ୍ଗା ପଞ୍ଚାୟତ ୨ନଂ ଅଙ୍ଗନଓ୍ବାଡି। ୨୦୦୭ରେ ନିଜସ୍ବ ଏକ ଘରେ ଏହା ଚାଲୁଥିଲା। କିନ୍ତୁ ୨୦୦୯ରେ ଉକ୍ତ ଘରଟି ଭାଙ୍ଗି ନଷ୍ଟ ହୋଇଯାଇଥିଲା। ୨୦୦୯ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦୀର୍ଘ ୧୪ ବର୍ଷ ଧରି ଉକ୍ତ କେନ୍ଦ୍ରଟି ପ୍ରଥମେ ପ୍ରଥମେ ସ୍କୁଲ ବାରଣ୍ଡା ପରେ ଗ୍ରାମର ଏକ ମନ୍ଦିର ଓ ବିଭିନ୍ନ ଘର ଅଗଣାରେ ଚାଲିଛି। କୋଠା ନ ଥିବା ହେତୁ ଅଙ୍ଗନଓ୍ବାଡି କେନ୍ଦ୍ରର ଯାବତୀୟ ସରଞ୍ଜାମ ଚେୟାର, ଟେବୁଲ ଖେଳନାଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଚିକିତ୍ସା ପାଇଁ ଆବଶ୍ୟକୀୟ ଉପକରଣ କାମରେ ଲାଗୁ ନ ଥିବା ଅଙ୍ଗନଓ୍ବାଡି କର୍ମୀ ଦେବକୀ ହରିଜନ କହିଛନ୍ତି । ଏହିପରି କି ଖୋଲା ସ୍ଥାନରେ ଗର୍ଭବତୀମାନେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସଙ୍କୋଚ ପ୍ରକାଶ କରୁଛନ୍ତି। କେବଳ ନାମକୁ ମାତ୍ର କେନ୍ଦ୍ରଟି କାର୍ଯ୍ୟକ୍ଷମ ଥିବାବେଳେ ଗ୍ରାମବାସୀ ଏଥିପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ଅଙ୍ଗନଓ୍ବାଡି କେନ୍ଦ୍ରଟିଏ ନିର୍ମାଣ ପାଇଁ ବହୁବାର ଲୋକପ୍ରତିନିଧିଠାରୁ ଆରମ୍ଭ କରି ପ୍ରଶାସନ ନିକଟରେ ଦାବି କରିଆସୁଥିଲେ ମଧ୍ୟ କେହି ଶୁଣୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏନେଇ ଆମେ କୋଷାଗୁମୁଡା ସିଡିପିଓ ଯମୁନା ଭତରାଙ୍କ ସହ ଯୋଗାଯୋଗ କରିବାରୁ ନୂତନ କୋଠା ନିର୍ମାଣ ପାଇଁ ବିଭାଗ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇନାହିଁ। ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ଆସିଥିବା ତାଲିକାରେ ମଧ୍ୟ ବାଲେଙ୍ଗାର ନାମ ନାହିଁ। ଏନେଇ ବିଭାଗକୁ ଜଣାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri