ଭଙ୍ଗା ଘରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର

କାକଟପୁର,୩।୨(ଡି.ଏନ୍‌.ଏ.): ଚଳିତ ମାସ ୧ ତାରିଖରୁ ରାଜ୍ୟରେ ଥିବା ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିଛି। ହେଲେ କାକଟପୁର ବ୍ଲକ କୁଣ୍ଢେଇ ପଞ୍ଚାୟତର ବାଜପୁର ଗ୍ରାମରେ ଥିବା ୨ ଅଙ୍ଗନଓ୍ବାଡି କେନ୍ଦ୍ର ଅସୁରକ୍ଷିତ ଭାବେ ଏକ ବିଦ୍ୟାଳୟର ଗୃହରେ ଚାଲିଥିବା ଦେଖିବାକୁ ମିଳିଛି। କାନ୍ଥ ସବୁ ଫାଟିଯାଇଥିବା ବେଳେ ଆଜବେଷ୍ଟସ ପ୍ରାୟ ଭାଙ୍ଗିଗଲାଣି। ସେହି ଦୁଇ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ପାଇଁ ଅଧା କାର୍ଯ୍ୟ ହୋଇ ୨ବର୍ଷ ହେବ ସେଭଳି ପଡ଼ିରହିଛି। ଏହି ୨ ନୂତନ କେନ୍ଦ୍ରରେ ରୋଷେଇ ଘର, ପିଇବାପାଣି ବ୍ୟବସ୍ଥା, ବିଦ୍ୟୁତ୍‌ ଓ ଆନୁଷଙ୍ଗିକ ସୁବିଧା ନ ଥିବାରୁ ଖୋଲାଯାଇ ପାରୁ ନାହିଁ। ଫଳରେ ଗୃହ ଦୁଇଟି ସ୍ଥାନୀୟ ଲୋକ କବ୍‌ଜା କରି ନିଜସ୍ବ ବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ବିଦ୍ୟାଳୟ ହତା ମଧ୍ୟରେ କାର୍ଯ୍ୟ କରୁଥିବା ୨ଟି ଅଙ୍ଗନଓ୍ବାଡି କେନ୍ଦ୍ରରେ ୪୦ରୁ ଊର୍ଦ୍ଧ୍ୱ ଶିଶୁ ଆସୁଥିବାବେଳେ ବିପଦସଙ୍କୁଳ ଅବସ୍ଥାରେ ଅଧ୍ୟୟନ କରୁଛନ୍ତି। ବ୍ଲକ ପ୍ରଶାସନିକ ଅଧିକାରୀଙ୍କର ଅପାରଗତା ସହ ନିର୍ମାଣ କରୁଥିବା ଠିକାଦାର ମନମୁଖି କାର୍ଯ୍ୟ କରିଥିବାରୁ ଏଭଳି ଅବସ୍ଥା ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି। ତେଣୁ ତୁରନ୍ତ ବ୍ଲକ ପ୍ରଶାସନ ବାକି ଥିବା କାର୍ଯ୍ୟ ଶେଷ କରି କେନ୍ଦ୍ରକୁ ଉକ୍ତ ଗୃହକୁ ହସ୍ତାନ୍ତର କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri