ବିପଜ୍ଜନକ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

କୁଚିଣ୍ଡା,୪ା୫(ଡି.ଏନ.ଏ.): କୁଚିଣ୍ଡା ଏନ୍‌ଏସି ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଫାଟ ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଏଣୁ ଏଠାରେ ପାଠ ପଢୁଥିବା ଶିଶୁମାନଙ୍କ ସୁରକ୍ଷା ନେଇ ଅଭିଭାବକମାନେ ଚିନ୍ତା ବ୍ୟକ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କୁଚିଣ୍ଡା ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ରର ଗୃହ ନିର୍ମାଣ ପରେ ୨୦୧୩ ମସିହାରେ ସମନ୍ବିତ ଶିଶୁ ବିକାଶ ବିଭାଗ (ଆଇସିଡିଏସ୍‌)କୁ ହସ୍ତାନ୍ତର କରାଯାଇଥିଲା। ସେହଦିନଠାରୁ ଏଠାରେ ଅଙ୍ଗନୱାଡି କେନ୍ଦ୍ର ପରିଚାଳିତ ହୋଇଆସୁଛି। ତେବେ ବର୍ତ୍ତମାନ ଏହି କେନ୍ଦ୍ରର ସମସ୍ତ କୋଠରୀ କାନ୍ଥରେ ଫାଟ ସୃଷ୍ଟି ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଅଙ୍ଗନୱାଡ଼ି କର୍ମୀ ଏ ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ଅଭିଯୋଗ କରିଛନ୍ତି। ତେଣୁ ଛୋଟ ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ ଏହି ଅଙ୍ଗନୱାଡ଼ି କେନ୍ଦ୍ର ମରାମତି କରିବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ସିଡିପିଓ କନକଲତା ନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ସମସ୍ୟା ମୋ ଦୃଷ୍ଟିକୁ ଆସିନାହିଁ। ଏହାକୁ ପରିଦର୍ଶନ ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri