ବିପଜ୍ଜନକ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

କୁଚିଣ୍ଡା,୪ା୫(ଡି.ଏନ.ଏ.): କୁଚିଣ୍ଡା ଏନ୍‌ଏସି ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଫାଟ ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଏଣୁ ଏଠାରେ ପାଠ ପଢୁଥିବା ଶିଶୁମାନଙ୍କ ସୁରକ୍ଷା ନେଇ ଅଭିଭାବକମାନେ ଚିନ୍ତା ବ୍ୟକ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କୁଚିଣ୍ଡା ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ରର ଗୃହ ନିର୍ମାଣ ପରେ ୨୦୧୩ ମସିହାରେ ସମନ୍ବିତ ଶିଶୁ ବିକାଶ ବିଭାଗ (ଆଇସିଡିଏସ୍‌)କୁ ହସ୍ତାନ୍ତର କରାଯାଇଥିଲା। ସେହଦିନଠାରୁ ଏଠାରେ ଅଙ୍ଗନୱାଡି କେନ୍ଦ୍ର ପରିଚାଳିତ ହୋଇଆସୁଛି। ତେବେ ବର୍ତ୍ତମାନ ଏହି କେନ୍ଦ୍ରର ସମସ୍ତ କୋଠରୀ କାନ୍ଥରେ ଫାଟ ସୃଷ୍ଟି ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଅଙ୍ଗନୱାଡ଼ି କର୍ମୀ ଏ ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ଅଭିଯୋଗ କରିଛନ୍ତି। ତେଣୁ ଛୋଟ ପିଲାଙ୍କ ସୁରକ୍ଷା ଦୃଷ୍ଟିରୁ ତୁରନ୍ତ ଏହି ଅଙ୍ଗନୱାଡ଼ି କେନ୍ଦ୍ର ମରାମତି କରିବାକୁ ଅଭିଭାବକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ସିଡିପିଓ କନକଲତା ନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ସମସ୍ୟା ମୋ ଦୃଷ୍ଟିକୁ ଆସିନାହିଁ। ଏହାକୁ ପରିଦର୍ଶନ ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri