୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୨।୭ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଓ ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ବୁଧବାର ସୂଚନା ଦିଆଇଛି। ଏଥିସହ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟକ୍ରମ (ଆଇସିଡିଏସ୍‌) ଅଧୀନରେ ଗର୍ଭବତୀ, ପ୍ରସୂତି ଓ ଶିଶୁଙ୍କ ଘରେ ଶୁଖିଲା ରାଶନ ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାନୁସାରେ, ପୂର୍ବରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଶୁଖିଲା ରାଶନ ମିଳିଥିଲା। ଏବେ ଜୁଲାଇ ମାସ ପାଇଁ ଶୁଖିଲା ରାଶନ ପ୍ରଦାନ କରାଯାଇଛି। ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ୩ରୁ ୬ ବର୍ଷ ବୟସର ଶିଶୁଙ୍କୁ ଦିଆଯାଉଥିବା ରନ୍ଧାଖାଦ୍ୟ ବଦଳରେ ଶୁଖିଲା ରାଶନ ମିଳୁଛି। ଇତିମଧ୍ୟରେ ରାଜ୍ୟର ୪୨ ଲକ୍ଷ ଗର୍ଭବତୀ, ପ୍ରସୂତି ଓ ୬ ମାସରୁ ୬ ବର୍ଷ ବୟସର ଶିଶୁ ଏହାଦ୍ୱାରା ଉପକୃତ ହୋଇଛନ୍ତି। ଏହାବ୍ୟତୀତ ଓଡ଼ିଶାକୁ ଫେରିଥିବା ପ୍ରବାସୀଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ସମନ୍ବିତ ପୁଷ୍ଟିସାଧନ ଯୋଜନାରେ ଅନ୍ତର୍ଭୁକ୍ତ କରି ଶୁଖିଲା ରାଶନ ଦେବା ନିମନ୍ତେ ବିଭାଗ ତରଫରୁ ଜିଲା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏବେସୁଦ୍ଧା ରାଜ୍ୟକୁ ଫେରି ଅଙ୍ଗନଓ୍ବାଡ଼ି ସେବା ପାଇଁ ତାଲିକାଭୁକ୍ତ ହୋଇଥିବା ୫ହଜାର ୫୩୮ ଗର୍ଭବତୀ ଓ ୨୩ ହଜାର ୮୦୮ଜଣ ଶିଶୁଙ୍କୁ ଶୁଖିଲା ରାଶନ ଯୋଗାଇ ଦିଆଯାଇଛି।
ଅନ୍ୟପକ୍ଷରେ ଛତୁଆ ମିଶ୍ରଣ ଓ ବଣ୍ଟନରେ ସ୍ବଚ୍ଛତା ଆଣିବା ତଥା ଏହାର ଗୁଣାତ୍ମକ ମାନ ବଜାୟ ରଖିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ଛତୁଆ’ ଆପ୍‌ର ବିକାଶ କରାଯାଇଛି। ଏହି ଆପ୍‌ରେ କଞ୍ଚାମାଲ ସଂଗ୍ରହଠାରୁ ବଣ୍ଟନ ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଉପଲବ୍ଧ ହେଉଛି। ଏସବୁ ତଦାରଖ କରିବା ନିମନ୍ତେ ସମନ୍ବିତ ଶିଶୁ ବିକାଶ ଯୋଜନାର କ୍ଷେତ୍ର କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ଗୁରୁତର ପୁଷ୍ଟିହୀନ ଶିଶୁ(ସାମ୍‌) ଏବଂ ମଧ୍ୟମ ଧରଣର ପୁଷ୍ଟିହୀନ ଶିଶୁଙ୍କ(ମାମ୍‌) ପୁଷ୍ଟିସାଧନ ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ବିଭାଗ ତରଫରୁ ଜିଲାପାଳମାନଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri