ଗଛ ତଳେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଲକାନଗିରି,୧୯।୧୦(ଡି.ଏନ.ଏ.): ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା କିପରି ଗ୍ରାମରେ ପହହଞ୍ଚତ୍ବ ଏବଂ ଲୋକେ ଉପକଅତ ହେବେ ସେଥିପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରିଥାନ୍ତି। ମାତ୍ର ସ୍ଥାନୀୟ କେତେକ ଅଧିକାରୀଙ୍କ ଅବହେଳା ଯୋଗୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ରଗେଇପୁସପାଲି ଗ୍ରାମରେ ଲୋକଙ୍କୁ ମିଳିପାରୁନି ମୌଳିକ ସୁବିଧା । ଏହି ଗ୍ରାମରେ ୩୫ଟି ପରିବାରର ୨୦୦ ଜଣ ଲୋକ ବସବାସ କରନ୍ତି। ଗ୍ରାମକୁ ଯାତାୟାତ ଲାଗି ଏଯାଏ ଭଲ ରାସ୍ତାଟି ନାହିଁ । ଫଳରେ ଲୋକେ ଗାଁ ପାଖ ଦେଇ ଯାଇଥିବା ନାଳ ଓ ଚେକ ଡ୍ୟାମ୍‌ ହୁଡାରେ ଯାତାୟତ କରୁଛନ୍ତି। କେହି ଅସସ୍ଥ ହୋଇପଡିଲେ ଗ୍ରାମପାଖକୁ ଆମ୍ବୁଲାନ୍ସ ଆସିପାରୁ ନ ଥିବାରୁ ରୋଗୀ ଚିକିତ୍ସା ପାଇଁ ହସ୍ପିଟାଲରେ ପହଞ୍ଚିବା ଅସୁବିଧା ହେଉଛି ବୋଲି ଗ୍ରାମବାସୀ କହିଛନ୍ତି। ଗ୍ରାମରେ ପିଇବା ପାଣି ସମସ୍ୟା ମଧ୍ୟ ରହିଛି। ଏଠାରେ ଦୁଇଟି ନଳକୂପ ରହିଥିବା ସତ୍ୱେ ସେଥିରୁ ଗୋଟିଏରୁ ଅଳ୍ପ ପାଣି ବାହାରିବା ପରେ ଆଉ ପାଣି ଆସୁନାହିଁ। ଅନ୍ୟ ଗୋଟିଏ ନଳକୂପ ଉପରେ ଗ୍ରାମବାସୀ ନିର୍ଭର କରିଛନ୍ତି। ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ଜଣେ ସହାୟକ ଅଛନ୍ତି। ୧୭ଜଣ ପିଲା ଆସୁଛନ୍ତି। ମାତ୍ର ଅଙ୍ଗନଓ୍ବାଡି କେନ୍ଦ୍ରର ଗୃହଟିଏ ଏଯାଏ ନାହିଁ। ଫଳରେ କୁନି କୁନି ପିଲାଙ୍କୁ କର୍ମୀ ଜଣକ ନେଇ ଗ୍ରାମ ମଝିରେ ଥିବା ଗଛମୂଳେ ପାଠ ପଢାଇ କେନ୍ଦ୍ର ଚଳୂାଉଥିବା ଦେଖିବାକୁ ମିଳୁଛି। ବର୍ଷା ହେଲେ ଗ୍ରାମର ଜଣେ ଲୋକଙ୍କ ଘରେ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲୁଛି। ସେଠାରେ ପିଲାମାନଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଥିବା କର୍ମୀ ଜରକ କହିଛନ୍ତି। ଏହି ଗ୍ରାମ ଦେଇ ପୁଜାରିଗୁଡା, କୁସୁରିଗୁଡା, ସିମାକୁଣ୍ଡା ଓ କାଳିଆମୁଣ୍ଡା ଆଦି ଗ୍ରାମର ଲୋକମାନେ ତାରଲାକୋଟା ପଞ୍ଚାୟତକୁ ନିଜ କାମ ପାଇଁ ଆସିଥାନ୍ତି। ରଗେଇ ପୁସପାଲି ଗ୍ରାମବାସୀ କୋରକୁଣ୍ଡା ବିଡିଓଙ୍କୁ ଦୁଇବର୍ଷ ତଳେ ଡାକି ଆଣି ଗ୍ରାମର ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ଏଯାଏ ସେମାନଙ୍କ କୌଣସି ସମସ୍ୟା ସମାଧାନ ପ୍ରତି ବିଡିଓ ଗୁରୁତ୍ୱ ଦେଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ କୋରକୁଣ୍ଡା ବିଡିଓ ଅଂଶୁମାନ ମହାପାତ୍ରଙ୍କୁ ପଚାରିବାରୁ ସେ କହିଲେ, ଗ୍ରାମର ସମସ୍ୟାକୁଡିକ ସମାଧାନ କରାଯିବ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଅଙ୍ଗନଓ୍ବାଡି କେନ୍ଦ୍ରର ସମସ୍ୟା ବୁଝି ଏହାର ତୁରନ୍ତ ସମାଧାନ କରିବାକୁ ସିଡିପିଓଙ୍କୁ କୁହାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri