ଦେଢ଼ ବର୍ଷ ପରେ ଖୋଲିଲା ଅଙ୍ଗନୱାଡ଼ି କେନ୍ଦ୍ର

ପାଟଣା,୨୦।୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲି ବନ୍ଧ ଅଙ୍ଗନ ୱାଡି କେନ୍ଦ୍ରକୁ ଶୁକ୍ରବାର ପୂର୍ବାହ୍ନରେ ମାଜିଷ୍ଟ୍ରେଟ ଲୀଳା ବତୀ ନାୟକଙ୍କ ଉପସ୍ଥିତିରେ ଗେଟର ତାଲା ଭାଙ୍ଗି ଅଙ୍ଗନୱାଡ଼ି କେନ୍ଦ୍ରକୁ ପ୍ରଶାସନ ଖୋଲିଛି। ବାଲି ବନ୍ଧ ଗ୍ରାମର ଯୁବତୀ କିମ୍ବା ମହିଳା ଗାଁ ଅଙ୍ଗନୱାଡ଼ି କେନ୍ଦ୍ର କର୍ମୀ ରହିବା ଦାବିରେ ଦେଢ଼ବର୍ଷ ଧରି ପାଟଣା ବ୍ଲକ ବାଲିବନ୍ଧ ଅଙ୍ଗନବାଡି କେନ୍ଦ୍ରରେ ତାଲା ପକାଇଥିଲେ ଗ୍ରାମବାସୀ । ଗ୍ରାମର ଆଶାୟୀକୁ ନିଯୁକ୍ତି ନ ଦେଇ ଅନ୍ୟ ଗାଁର ଜଣେ ଆଶାୟୀକୁ ଅଙ୍ଗନୱାଡ଼ି କର୍ମୀ ନିଯୁକ୍ତି ପାଇଥିବାରୁ ପ୍ରତିବାଦ କରି ଅଙ୍ଗନୱାଡ଼ି କେନ୍ଦ୍ରକୁ ଚାବି ପକାଇ ରଖି ଥିଲେ ଗ୍ରାମବାସୀ । ଉତ୍ତେଜନାକୁ ଆଖି ଆଗରେ ରଖି ଗ୍ରାମରେ ଏକ ପ୍ଲାଟୁନ ପୋଲିସ ଫୋର୍ସସହ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ, ଘଟଗାଁ ଏସଡିପିଓ ବିଜୟ କୃଷ୍ଣ ମହାପାତ୍ର, ସିଡିଭିପିଓ କଳ୍ପନା ଦୋରା ଓ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ପ୍ରମୁଖ ଉପସ୍ଥିତିରେ ଅଙ୍ଗନୱାଡ଼ି ଖୋଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri