୪ ବର୍ଷ ହେଲା ହସ୍ତାନ୍ତର ହେଉନି ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି କୋମଳମତି ଶିଶୁ

ଲାଞ୍ଜିଗଡ଼,୧୩ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣର ୪ବର୍ଷ ବିତିଯାଇଥିଲେ ମଧ୍ୟ ବିଭାଗକୁ ହସ୍ତାନ୍ତର ହୋଇନାହିଁ। ଫଳରେ ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ କୋମଳମତି ଶିଶୁମାନେ ବସିବାକୁ ବାଧ୍ୟ ହେଉଛନ୍ତି।

ସୂଚନା ଅନୁସାରେ, ଲାଞ୍ଜିଗଡ଼ ସହର ୧ ନମ୍ବର ୱାର୍ଡ ମହାଦେବପଡ଼ା ଓ ପ୍ରଧାନୀପଡ଼ାରେ ୧୯୮୧ ମସିହାଠାରୁ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ଲୋକଙ୍କ ଘର ବାରଣ୍ଡାରେ କେନ୍ଦ୍ର ଚାଲିଥିଲା। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ପକ୍ଷରୁ ୨୦୧୫ ମସିହାରେ ଏକ ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ ପାଇଁ କାମ ଆରମ୍ଭ ହୋଇଥିଲା। ମନ୍ଥର କାମ ଯୋଗୁ ୨୦୨୧ ମସିହାରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲା। କେନ୍ଦ୍ର ଆରମ୍ଭ ହେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୮ଟି ସ୍ଥାନ ବଦଳାଇଥିବା ପରେ ବର୍ତ୍ତମାନ ରାଜାରାଜୁଡା ଅମଳରୁ ରହିଥିବା ଲାଞ୍ଜିଗଡ଼ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାରଣ୍ଡାରେ ଚାଲୁଛି।

ଏହି ବିଦ୍ୟାଳୟଟି ୧୮୯୧ ମସିହାରେ ସ୍ଥାପନ ହୋଇଥିବା ବେଳେ ବର୍ତ୍ତମାନ ସ୍କୁଲର ସ୍ଥିତି ଠିକ୍‌ ନାହିଁ, ମଝିରେ ମଝିରେ କାଠ ଖଣ୍ଡ ଖସୁଛି। ଏଭଳି ବିପଦସଙ୍କୁଳ ଅବସ୍ଥାରେ ଶିଶୁମାନେ ବସିବାକୁ ବାଧ୍ୟ ହେଉଛନ୍ତି। ଅନ୍ୟପକ୍ଷରେ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ଗୃହ ୪ବର୍ଷ ହେଲା ଶେଷ ହୋଇଥିଲେ ବି ସମ୍ପୃକ୍ତ ଠିକାଦାରଙ୍କୁ ବର୍ତ୍ତମାନ ସୁଦ୍ଧା ପ୍ରାପ୍ୟ ମିଳିନାହିଁ। ବାରମ୍ବାର ଦାବି ଓ ଅଭିଯୋଗ ସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ଶେଷରେ ଠିକାଦାର ଜଣକ ନୂତନ ଅଙ୍ଗନୱାଡି କେନ୍ଦ୍ରରେ ତାଲା ଝୁଲାଇ ଦେଇଛନ୍ତି। ଏଣୁ ଏଥିପ୍ରତି ବ୍ଲକ ପ୍ରଶାସନ, ବ୍ଲକ ଶିଶୁ ମଙ୍ଗଳ ବିଭାଗ ଦୃଷ୍ଟି ଦେବାକୁ ଦାବି ହେଉଛି। ଏ ନେଇ ସିଡିପିଓ ନିରୂପମା ପଟ୍ଟନାୟକଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?