ଆସୁନାହାନ୍ତି ଅଙ୍ଗନଓ୍ବାଡି କର୍ମୀ, କେନ୍ଦ୍ରରେ ତାଲା

ନାଉଗାଁ,୧୬।୧୦(ସ୍ବ.ପ୍ର.): ଛୋଟ ଛୋଟ ପିଲାମାନଙ୍କୁ ବିଦ୍ୟାଳୟମୁଖୀ କରିବା ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଅଙ୍ଗନଓ୍ବାଡି କେନ୍ଦ୍ରସବୁ ଖୋଲାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ତଦାରଖ କରିବା ପାଇଁ ସୁପରଭାଇଜର ରହିଥିବାବେଳେ ସିଡିପିଓ ମଧ୍ୟ ରହିଛନ୍ତି। କିନ୍ତୁ ନାଉଗାଁ ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକ ଠିକ୍‌ ଭାବେ ତଦାରଖ ହେଉ ନ ଥିବା ଜଣାପଡ଼ିଛି। ଏହାର ସୁଯୋଗ ନେଇ ଅଙ୍ଗନଓ୍ବାଡି କର୍ମୀମାନେ କେନ୍ଦ୍ରକୁ ଆସୁନାହାନ୍ତି। ଫଳରେ ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହୁଛି। ଏହାର ଜ୍ୱଳନ୍ତ ଉଦାହରଣ ନାଉଗାଁ ବ୍ଳକ ରୋହିଆ ପଞ୍ଚାୟତର ରୋହିଆ-ଖ ଅଙ୍ଗନଓ୍ବାଡି କେନ୍ଦ୍ରରେ ଦେଖିବାକୁ ମିଳିଛି। ଏହି କେନ୍ଦ୍ରରେ ନିଯୁକ୍ତ ଅଙ୍ଗନଓ୍ବାଡି କର୍ମୀ ଦୀର୍ଘଦିନ ହେବ କେନ୍ଦ୍ରକୁ ଆସୁ ନ ଥିବା ସ୍ଥାନୀୟ ଲୋକେ କହିଛନ୍ତି। କେନ୍ଦ୍ରରେ ତାଲା ପଡ଼ିଥିବାରୁ କେତେ ପିଲା ରହିଛନ୍ତି, ସେମାନଙ୍କୁ ମଧ୍ୟାହ୍ନ ଭୋଜନ, ଛତୁଆ ଆଦି କିପରି ପ୍ରଦାନ କରାଯାଉଛି ତାହାର ଠିକ୍‌ ତଥ୍ୟ ମିଳିପାରିନାହିଁ। ଅଙ୍ଗନଓ୍ବାଡି କେନ୍ଦ୍ରରେ ଯେ କେବଳ ଛୋଟପିଲାଙ୍କୁ ନାଚ ଗୀତ ମାଧ୍ୟମରେ ପାଠ ପଢାଯାଏ ତାହା ନୁହେଁ, ଗର୍ଭବତୀ, ପ୍ରସୂତି ଓ ଶିଶୁମାନଙ୍କ ପାଇଁ ବିଭିନ୍ନ ସଚେତନାମୂଳକ କାର୍ଯ୍ୟକ୍ରମ କରାଯାଏ। ମାତ୍ର କେନ୍ଦ୍ର ବନ୍ଦ ରହିବା ଯୋଗୁ ଏହା ଅଧୀନରେ ଥିବା ପରିବାର ଉକ୍ତ ସେବାରୁ ଏକପ୍ରକାର ବଞ୍ଚତ୍ତ ହେଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ କେନ୍ଦ୍ରରେ ନିଯୁକ୍ତି ପାଇଥିବା ଅଙ୍ଗନଓ୍ବାଡି କର୍ମୀ ରେଣୁବାଳା ସ୍ବାଇଁ ଓ ସିଡିପିଓଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ମୋବାଇଲ୍‌ ଫୋନ୍‌ ଉଠାଇ ନ ଥିଲେ। ଏ ବିଷୟରେ ଡିଏସ୍‌ଡବ୍ଳ୍ୟୁ ସ୍ବର୍ଣ୍ଣମଞ୍ଜରୀ ମହାନ୍ତି କହିଛନ୍ତି, ସିଡିପିଓ ଓ ସଂପୃକ୍ତ ସୁପରଭାଇଜରଙ୍କ ସହ କଥା ହେବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri