ଅସ୍ବାସ୍ଥ୍ୟକର ପରିବେଶରେ ଅଙ୍ଗନଓ୍ବାଡି କେନ୍ଦ୍ର

ଝାରସୁଗୁଡ଼ା ଅଫିସ,୨୭ା୧୧: ଝାରସୁଗୁଡା ପୌରପରିଷଦ ୬ନଂ ଓ୍ବାର୍ଡ ଏକତାଳି ଗ୍ରାମର ମଝାପଡାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ରହିଛି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି ା ଗ୍ରାମର ରାସ୍ତା ପାର୍ଶ୍ୱରେ କେନ୍ଦ୍ର ରହିଥିବାବେଳେ ଏହା ସମ୍ମୁଖରେ କୁଢ କୁଢ ମଇଳା ଗଦା ହେଉଛି। ଏହା ପଚିଯିବା ଫଳରେ ଦୁର୍ଗନ୍ଧ ହେଉଛି।

ଫଳରେ ଲୋକେ ଏହି ରାସ୍ତାରେ ଗଲେ ନାକରେ ହାତଦେଇ ଯାଉଛନ୍ତି। କେନ୍ଦ୍ରକୁ ଆସୁଥିବା କୁନି କୁନି ପିଲାମାନେ ଅଣନିଃଶ୍ୱାସୀ ହୋଇପଡୁଛନ୍ତି। ଅଙ୍ଗନଓ୍ବାଡି ଶିକ୍ଷୟିତ୍ରୀ ଯାଜ୍ଞସେନୀ ସାହୁ ଏଠାରେ ମଇଳା ନ ପକାଇବାପାଇଁ ଲୋକଙ୍କୁ ବାରଣ କରୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଏହି ସ୍ଥାନରେ ପୂର୍ବରୁ ପୌର ପରିଷଦ ତରଫରୁ ମଇଳା ପକାଇବା ପାଇଁ ଡଷ୍ଟବିନ୍‌ ରଖାଯାଉଥିଲା। କିନ୍ତୁ ଏବେ ଏହା ଦେଖିବାକୁ ମିଳୁନାହିଁ। କେନ୍ଦ୍ର ସମ୍ମୁଖରୁ ମଇଳା ଉଠାଇବା ପାଇଁ ସ୍ଥାନୀୟ ଲୋକେ କାଉନସିଲର ଓ ପୌର ପରିଷଦ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ପୌର ନିର୍ବାହୀ ଅଧିକାରୀ ଏ ଦିଗରେ ସ୍ବତନ୍ତ୍ର ଦୃଷ୍ଟି ଦେବାପାଇଁ ଗ୍ରାମର ସଚେତନ ନାଗରିକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri