ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିିକ ବନ୍ଦ କରି ଦେଇଛନ୍ତି। ତେଣୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ମଧ୍ୟ ବନ୍ଦ କରାଯିବାକୁ ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ଦାବି ଦାବି ହୋଇଛି।

ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୫ଡିଗ୍ରୀ ଛୁଇଁଲାଣି। ସାରା ରାଜ୍ୟରେ ରେଡ ୱାର୍ଣ୍ଣିଂ ଘୋଷଣା କରିଛନ୍ତି ସରକାର। ହେଲେ ଅଙ୍ଗନଓ୍ବାଡି କେନ୍ଦ୍ରକୁ ବନ୍ଦ ସକାଶେ ସରକାର ନିର୍ଦ୍ଦେଶ ଦେଇ ନାହାନ୍ତି। ତେଣୁ ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡିକର୍ମୀ ଓ ସହାୟିକା ସଂଘ ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି।

ଏହାକୁ ନେଇ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି ା ଆଗକୁ ଆହୁରି ଗ୍ରୀଷ୍ମ ପ୍ରବାହ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି। ତେଣୁ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକକୁ ବନ୍ଦ କରିବା ସକାଶେ ଆଦେଶନାମା ଜାରି କରିବାକୁ ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ସରକାର ପାଖରେ ଦାବି କରିଛି।

ଜନସାଧାରଣ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରୁ ପଦାକୁ ବାହାରୁ ନାହାନ୍ତି। ସରକାରୀ ଅଫିସରେ କୁଲର ଓ ଶୀତତାପ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଛି। ଅଙ୍ଗନଓ୍ବାଡି କେନ୍ଦ୍ରରେ ସେପରି କିଛି ବ୍ୟବସ୍ଥା ନାହିଁ। ଅନେକ କେନ୍ଦ୍ର ବିନା ବିଦ୍ୟୁତ୍‌ ଯୋଗାଣରେ ଚାଲିଛି। ଏପରିକି ଅନେକାଂଶରେ ନିଜସ୍ବ ଗୃହ ମଧ୍ୟ ନାହିଁ। ଏପରି ସ୍ଥଳେ କୋମଳମତି ଶିଶୁମାନଙ୍କର ଅବସ୍ଥା କ’ଣ ହେଉଥିବ ତାହା ଅନୁମାନ କରାଯାଉଛି।

ବିଗତ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ସାମୟିକ ଛୁଟି ଦିଆଯାଇଥିବାର ଦୃଷ୍ଟାନ୍ତ ରହିଛି। ଗ୍ରୀଷ୍ମ ଅବକାଶ ଦେବାକୁ ବାରମ୍ବାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରୁନାହାନ୍ତି।

ଅଂଶୁଘାତ ଯୋଗୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜୀବନ ହାନିର ନଜିର ରହିଛି। ତେଣୁ ସରକାର ତୁରନ୍ତ ଦୃଷ୍ଟି ଦେବାକୁ ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ରବିବାର ପ୍ରଦତ୍ତ ଦାବିପତ୍ରରେ ଉପରୋକ୍ତ ବିଷୟ ଉଲ୍ଲେଖ ରହିଛି। ଏନେଇ ସଂଘ ଉପଦେଷ୍ଟା ପ୍ରଶାନ୍ତ କୁମାର ପାଢ଼ୀ ଏକ ପ୍ରେସ ବିବୃତ୍ତିରେ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri