କାମରେ ଲାଗୁନି ଅଙ୍ଗନୱାଡି ଗୃହ

କୋରେଇ,୨୭ା୫(ସ୍ବ.ପ୍ର.): କୋରେଇ ବ୍ଲକ ତଳଗଡ଼ ପଞ୍ଚାୟତ ଉପୁଳାଇ ଅଙ୍ଗନୱାଡି ଗୃହ ପିଲାଙ୍କ କାମରେ ଲାଗୁନି। ଦୁଇବର୍ଷ ହେଲା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ପିଲା ଏଠାରେ ପଢିବାର ସୁଯୋଗ ପାଉନାହାନ୍ତି। ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟ ଅଟକଳରେ ଯେଉଁ ଉଦ୍ଦେଶ୍ୟରେ ଏହା ନିର୍ମିତ ହୋଇଥିଲା ତାହା କାମରେ ଆସୁନି। ଫଳରେ ଅଙ୍ଗନୱାଡିର ନିଜସ୍ବ ଗୃହ ଥିଲେ ମଧ୍ୟ କୋମଳମତି ପିଲାଙ୍କୁ ବାର ଓଳି ହେବାକୁ ପଡୁଛି। ଏପରି କି ପିଲା କେତେବେଳେ ବ୍ୟକ୍ତିଗତ ଘରେତ ଆଉ କେବେ ଗଛ ତଳେ ଓ ଗାଁ ସ୍କୁଲର କେଉଁ ଏକ କୋଠରୀରେ ପାଠ ପଢ଼ୁଛନ୍ତି। ଏହା ଉଦ୍‌ଘାଟନ ହୋଇ ପାରୁ ନ ଥିବାରୁ ଏଭଳି ଅବ୍ୟବସ୍ଥା ସୃଷ୍ଟି ହୋଇଥିବା ଶୁଣିବାକୁ ମିଳୁଛି। ୨୦୦୦ ମସିହାରେ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରଟି ପ୍ରତିଷ୍ଠା ଲାଭ କରିଥିବା ବେଳେ ୨୦୧୨ ମସିହାରେ ଏହାର ନିଜସ୍ବ ଗୃହ ନିର୍ମାଣ ପାଇଁ ଅନୁଦାନ ମଞ୍ଜୁର ହୋଇଥିଲା। ହେଲା ଜମି ନିରୂପଣକୁ ନେଇ ବାଦାନୁବାଦ କାରଣରୁ ୭ ବର୍ଷ ପରେ ଗ୍ରାମରେ ଜାଗା ଚିହ୍ନଟ ହୋଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଦୁଇ ବର୍ଷ ପରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଥିଲେ ମଧ୍ୟ ପିଲାଙ୍କୁ ଏଠାରେ ପଢିବାର ସୁଯୋଗ ମିଳିନାହିଁ। ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଅଧୀନରେ ଏହି ଗ୍ରାମ ସମେତ ହରିଚନ୍ଦନପୁର ଓ ମଙ୍ଗରାଜପୁର (ବନ୍ଦୀ) ପ୍ରଭୃତି ଗ୍ରାମ ରହିଛି। ତେଣୁ ଅଙ୍ଗନଓ୍ବାଡି ଗୃହକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା କ୍ଷେତ୍ରରେ ସ୍ଥାନୀୟ ବିଧାୟକ, ସରପଞ୍ଚ, ବିଡିଓ ଏବଂ ମହିଳା ଶିଶୁ ବିକାଶ ଅଧିକାରୀ ଦୃଷ୍ଟିଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri