କାମରେ ଲାଗୁନି ଅଙ୍ଗନୱାଡି ଗୃହ

କୋରେଇ,୨୭ା୫(ସ୍ବ.ପ୍ର.): କୋରେଇ ବ୍ଲକ ତଳଗଡ଼ ପଞ୍ଚାୟତ ଉପୁଳାଇ ଅଙ୍ଗନୱାଡି ଗୃହ ପିଲାଙ୍କ କାମରେ ଲାଗୁନି। ଦୁଇବର୍ଷ ହେଲା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ପିଲା ଏଠାରେ ପଢିବାର ସୁଯୋଗ ପାଉନାହାନ୍ତି। ୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟ ଅଟକଳରେ ଯେଉଁ ଉଦ୍ଦେଶ୍ୟରେ ଏହା ନିର୍ମିତ ହୋଇଥିଲା ତାହା କାମରେ ଆସୁନି। ଫଳରେ ଅଙ୍ଗନୱାଡିର ନିଜସ୍ବ ଗୃହ ଥିଲେ ମଧ୍ୟ କୋମଳମତି ପିଲାଙ୍କୁ ବାର ଓଳି ହେବାକୁ ପଡୁଛି। ଏପରି କି ପିଲା କେତେବେଳେ ବ୍ୟକ୍ତିଗତ ଘରେତ ଆଉ କେବେ ଗଛ ତଳେ ଓ ଗାଁ ସ୍କୁଲର କେଉଁ ଏକ କୋଠରୀରେ ପାଠ ପଢ଼ୁଛନ୍ତି। ଏହା ଉଦ୍‌ଘାଟନ ହୋଇ ପାରୁ ନ ଥିବାରୁ ଏଭଳି ଅବ୍ୟବସ୍ଥା ସୃଷ୍ଟି ହୋଇଥିବା ଶୁଣିବାକୁ ମିଳୁଛି। ୨୦୦୦ ମସିହାରେ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରଟି ପ୍ରତିଷ୍ଠା ଲାଭ କରିଥିବା ବେଳେ ୨୦୧୨ ମସିହାରେ ଏହାର ନିଜସ୍ବ ଗୃହ ନିର୍ମାଣ ପାଇଁ ଅନୁଦାନ ମଞ୍ଜୁର ହୋଇଥିଲା। ହେଲା ଜମି ନିରୂପଣକୁ ନେଇ ବାଦାନୁବାଦ କାରଣରୁ ୭ ବର୍ଷ ପରେ ଗ୍ରାମରେ ଜାଗା ଚିହ୍ନଟ ହୋଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଦୁଇ ବର୍ଷ ପରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଥିଲେ ମଧ୍ୟ ପିଲାଙ୍କୁ ଏଠାରେ ପଢିବାର ସୁଯୋଗ ମିଳିନାହିଁ। ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଅଧୀନରେ ଏହି ଗ୍ରାମ ସମେତ ହରିଚନ୍ଦନପୁର ଓ ମଙ୍ଗରାଜପୁର (ବନ୍ଦୀ) ପ୍ରଭୃତି ଗ୍ରାମ ରହିଛି। ତେଣୁ ଅଙ୍ଗନଓ୍ବାଡି ଗୃହକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା କ୍ଷେତ୍ରରେ ସ୍ଥାନୀୟ ବିଧାୟକ, ସରପଞ୍ଚ, ବିଡିଓ ଏବଂ ମହିଳା ଶିଶୁ ବିକାଶ ଅଧିକାରୀ ଦୃଷ୍ଟିଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri