ପୋଖରୀରେ ବୁଡ଼ି ଅଙ୍ଗନଓ୍ବାଡି ଶିଶୁ ମୃତ, ଜଣେ ଗୁରୁତର

ଠାକୁରମୁଣ୍ଡା,୨୦ା୭(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେଶଡ଼ିହା ପଞ୍ଚାୟତ ଖେଡ଼ିଆପୋଷି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅଙ୍ଗନଓ୍ବାଡିରୁ ଛୁଟି ହୋଇ ଘରକୁ ଫେରୁଥିବା ସମୟରେ ପୋଖରୀରେ ବୁଡ଼ି ଯାଇ ଜଣେ ଶିଶୁର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଏକ ଶିଶୁ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାଯାଇଛି। ମୃତ ଶିଶୁ ଜଣକ ଖେଡ଼ିଆପୋଷି ଗ୍ରାମର ଜୀବନ ନାଏକଙ୍କ ୫ ବର୍ଷର ପୁଅ ଶୁଭମ୍‌ ବୋଲି ଜଣାପଡ଼ିଛି। ସେହିପରି ଗୁରୁତର ଥିବା ଶିଶୁ ଜଣକ ହେଲେ ସେହି ଗ୍ରାମର ଟିକିନା ପାଇଦାଙ୍କ ୬ ବର୍ଷର ପୁଅ ଭୂମି।

ସୂଚନାନୁଯାୟୀ, ମଧ୍ୟାହ୍ନରେ ଗ୍ରାମରେ ଥିବା ଅଙ୍ଗନଓ୍ବାଡି ଛୁଟି ହୋଇ ଯାଇଥିଲା। ୪/୫ ଜଣ ଶିଶୁ ବିଲ ହିଡ଼ରେ ଚାଲି ଚାଲି ଘରକୁ ଫେରୁଥିଲେ। ଫେରିବା ବାଟରେ ବିଲ ମଧ୍ୟରେ ଗୋଟିଏ ନୂଆ ପୋଖରୀ ଖୋଳା ଯାଇଥିଲା। ଏହି ଦୁଇ ଶିଶୁ ପୋଖରୀ ଭିତରକୁ ପଶି ଯାଇ ବୁଡ଼ି ଯାଇଥିଲେ। ବୁଡି ଯାଉଥିବା ଦେଖି ଅନ୍ୟ ଶିଶୁମାନେ ପାଟି କରିଥିଲେ। ପାଟି ଶୁଣି ଆଖପାଖରେ ଥିବା ଲୋକମାନେ ବୁଡ଼ି ଯାଇଥିବା ଦୁଇ ଜଣ ଶିଶୁଙ୍କୁ ଉଦ୍ଧାର କରିଥିଲେ। ପରିବାର ଲୋକେ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ଶୁଭମକୁ ମୃତ ଘୋଷଣା କରିଥିଲେ। ଭୂମିଙ୍କୁ ଡାକ୍ତର ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ଖବର ପାଇ ଠାକୁରମୁଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ସିଡିପିଓ ପ୍ରେମଲତା ସେଠୀ ପହଞ୍ଚିଛନ୍ତି। ସେ କହିଛନ୍ତି, ଅଙ୍ଗନଓ୍ବାଡି ଛୁଟି ହେବା ପରେ ପିଲାମାନେ ତାଙ୍କ ନିଜ ନିଜ ଘରେ ପହଞ୍ଚିଥିଲେ। ପରେ ଏହି ଅଘଟଣ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri