ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌ ହେବାକୁ ଯାଉଛି। ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ରରେ ୩ରୁ ୬ ବର୍ଷ ବୟସର ଗର୍ଭବତୀ, ପ୍ରସୂତୀ ଓ କିଶୋରୀଙ୍କୁ ଏହା ଦିଆଯିବ। ଅଙ୍ଗନଓ୍ବାଡି ଖାଦ୍ୟ ତାଲିକାରେ ଏହାକୁ ସାମିଲ କରାଯିବ। ପାଇଲଟ ପ୍ରକଳ୍ପ ଭାବେ ପ୍ରଥମେ ମୟୂରଭଞ୍ଜ ଜିଲାରେ ଏହି ଯୋଜନା ଆରମ୍ଭ କରାଯିବ । ପରେ ଜିଲାର ୫୦ଟି ଅଙ୍ଗନଓ୍ବାଡି କେନ୍ଦ୍ରରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ଏ ନେଇ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭର୍ଚୁଆଲ ବୈଠକ ବସିଥିଲା । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି, ମତ୍ସ୍ୟ ଉତ୍ପାଦାନ, ୱାଲର୍ଡ ଫିସ୍‌ ମଧ୍ୟରେ ବୁଝାମଣା ସ୍ବାାକ୍ଷରିତ ହୋଇଛି । ଖୁବ ଶୀଘ୍ର ସମଗ୍ର ରାଜ୍ୟରେ ଏହା କାର୍ଯ୍ୟକ୍ଷମ ହେବ ବୋଲି ସ୍ଥିର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri