ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡି ରୋଷେଇ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଚାକିଡ଼ି ପଞ୍ଚାୟତ ଅଧୀନ ଆମନ୍ଦାପାଣି ଗ୍ରାମରେ ବାଟବଣା ହୋଇଛି ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା। ଏଠାରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ମିଶନ ଶକ୍ତି ଘରେ ଛୋଟ ପିଲାଙ୍କ ଭବିଷ୍ୟତ ଗଢ଼ା ଚାଲିଛି। ମିଶନ ଶକ୍ତିର ପାଇଖାନା ଟାଙ୍କି ଉପରେ ଅଙ୍ଗନଓ୍ବାଡିର ରୋଷେଇ ହେଉଛି। ବର୍ଷା ଆସିଲେ ସହାୟିକା ଜଣକ ଛତା ଧରି ରୋଷେଇ କରୁଛନ୍ତି।
ଏହି ଅଙ୍ଗନଓ୍ବାଡି କେନ୍ଦ୍ରରେ ଗଁାର ୫୦ରୁ ଊର୍ଦ୍ଧ୍ୱ ଶିଶୁ ପାଠ ପଢୁଛନ୍ତି। ହେଲେ ଦୀର୍ଘଦିନ ହେଲା ଜମି ସମସ୍ୟା ଓ ରାଜନୈତିକ ହସ୍ତକ୍ଷେପ ଯୋଗୁ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରୁନାହିଁ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ
ପାଇଛି। କେବଳ ଆମନ୍ଦାପାଣି ନୁହେଁ, ବ୍ଲକର ବହୁ ଅଙ୍ଗନଓ୍ବାଡି କେନ୍ଦ୍ରର ଏଭଳି ଅବସ୍ଥା। ଅନେକ ସ୍ଥାନରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ ସରିବାର ନଁା ନେଉନି। କେଉଁଠି ଗୃହ ନିର୍ମାଣ ଅଧାପନ୍ତରିଆ ହୋଇ ପଡ଼ିଥିବା ବେଳେ ଆଉ କେଉଁଠି କାମ ଆରମ୍ଭ ହୋଇପାରିନି। ଅଙ୍ଗନଓ୍ବାଡି କେନ୍ଦ୍ରରେ କେବଳ ପିଲାମାନଙ୍କୁ ପାଠ ପଢ଼ାଯାଉଛି ତାହା ନୁହେଁ, ଗର୍ଭବତୀ, ପ୍ରସୂତି ଓ ଶିଶୁଙ୍କୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରିଆରେ ଅଣ୍ଡା, ଛତୁଆ ଆଦି ପୁଷ୍ଟିକର ଖାଦ୍ୟ ଯୋଗାଇ ଦିଆଯାଉଛି। ଗର୍ଭବତୀଙ୍କୁ ସ୍ବାସ୍ଥ୍ୟଗତ ପରାମର୍ଶ ଶହ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଧ୍ୟ ଏଠାରେ କରାଯାଉଛି। କିନ୍ତୁ ସ୍ଥାୟୀ ଘର ନ ଥିବାରୁ ଏଥିରେ ସମସ୍ୟା ସୃଷ୍ଟି ହେଉଛି। ଏମିତି ଯାବତୀୟ ସମସ୍ୟା ଭିତରେ ଅଙ୍ଗନଓ୍ବାଡି କେନ୍ଦ୍ରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରୁନି। କୁନି କୁନି ପିଲା ଉପଯୁକ୍ତ ପରିବେଶ ନ ପାଇ ପଢ଼ିବାକୁ ଓ ବଢ଼ିବାକୁ ସମସ୍ୟାର ସମ୍ମୁଖୀନ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri