ଅଙ୍ଗନୱାଡି ଖାଦ୍ୟ ବାଟମାରଣା

ଖୋର୍ଦ୍ଧା ଅଫିସ,୨୮ା୭:ଗର୍ଭବତୀ ମହିଳା ଓ ଶିଶୁଙ୍କ ଯତ୍ନ ସହ ପିଲାଙ୍କୁ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା ପ୍ରଦାନ ସକାଶେ ସରକାର ଅଙ୍ଗନୱାଡି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ମା’ ଓ ଶିଶୁଙ୍କ ସ୍ବାସ୍ଥ୍ୟର ଯତ୍ନ ଲାଗି ବିଭିନ୍ନ ସମୟରେ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକୁ ଛତୁଆ, ଅଣ୍ଡା ପ୍ରଭୃତି ପୁଷ୍ଟିକର ଖାଦ୍ୟ ଯୋଗାଇ ଦେଉଛନ୍ତି। ତେବେ ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ବଡସିରେଇ ଗ୍ରାମରେ ଏହି ଖାଦ୍ୟ ବାଟମାରଣା ହେଉଛି। ଏନେଇ ପ୍ରତିବାଦ କଲେ ଧମକଚମକ ମିଳୁଛି ବୋଲି ବଡସିରେଇ ଗ୍ରାମବାସୀ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବିରେ ମଙ୍ଗଳବାର ଖୋର୍ଦ୍ଧା ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି।
ଦର୍ଶାଯାଇଛି ଯେ, ବଡସିରେଇ ଗ୍ରାମରେ ୨୭୫ ପରିବାର ରହୁଛନ୍ତି। ଏହି ଗ୍ରାମରେ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ଉକ୍ତ କେନ୍ଦ୍ର ଦ୍ୱୟରେ ଏହି ପରିବାରର ଦୁଇଜଣ ମହିଳା ରହିଛନ୍ତି। କେନ୍ଦ୍ରକୁ ଆସୁଥିବା ଅଣ୍ଡା, ଛତୁଆ ପ୍ରଭୃତି ପିଲାଙ୍କୁ ବାଣ୍ଟିବା ପରିବର୍ତ୍ତେ ସେମାନେ ବଜାରରେ ବିକ୍ରି କରିଦେଉଛନ୍ତି। ଏହାର ପ୍ରତିବାଦ କଲେ ଧମକ ଚମକ ମିଳୁଛି। ୨୦୧୯ରେ ଏଭଳି ଘଟଣା ନେଇ ଗାଁ କମିଟିରେ ଆଲୋଚନା କରାଯିବାରୁ ସମ୍ପୃକ୍ତ ପରିବାର ପକ୍ଷରୁ ଗାଳିଗୁଲଜ ଓ ଆକ୍ରମଣ କରାଯାଇଥିଲା। ଏନେଇ ସେମାନଙ୍କ ବିରୋଧରେ ବାଣପୁର ଥାନାରେ ୩୦୭ ଦଫାରେ ଏକ ମାମଲା ରୁଜୁ ହୋଇଥିଲା। ପରେ ଗତ ଫେବୃୟାରୀରେ ଗାଁ କମିଟି, ପୋଲିସ, ବ୍ଲକ ଓ ଜିଲା ପ୍ରଶାସନର ଅଧିକାରୀଙ୍କ ଉପସ୍ଥିତିିରେ ଏ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଉଭୟ କେନ୍ଦ୍ରରେ ବର୍ତ୍ତମାନର ଅଙ୍ଗନଓ୍ବାଡି କର୍ମୀଙ୍କୁ ହଟାଇ ନୂତନ କର୍ମୀ ନିଯୁକ୍ତି ଦେବାକୁ ଗ୍ରାମବାସୀ ଦାବି ଜଣାଇଥିଲେ। ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। କାର୍ଯ୍ୟାନୁଷ୍ଠାନ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri