ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ

ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାରୀ ନିୟମ ମୁତାବକ ପ୍ରତି ସର୍ଭେ ସେଣ୍ଟରରେ ୨୦୮ ଜାତିର ଲୋକମାନେ ସେମାନଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ତଥ୍ୟ ପ୍ରଦାନ କରିବେ। ଏହି ସର୍ଭେ ସେଣ୍ଟର ପ୍ରତି ଅଙ୍ଗନଓ୍ବାଡି କେନ୍ଦ୍ରରେ ଖୋଲାଯାଇଛି ବୋଲି ସରକାରୀ ଭାବେ ପ୍ରଚାର ପ୍ରସାର କରାଯାଉଛି। କିନ୍ତୁ ପାରାଦୀପରେ ଏହି ସର୍ଭେ ୱାର୍ଡ ଅଫିସ ଓ ଗୋଷ୍ଠୀକେନ୍ଦ୍ରରେ ଚାଲିଛି। ସରକାରୀ ଭାବେ ପାରାଦୀପରେ ୮୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଠାରେ ଅଙ୍ଗନଓ୍ବାଡି କର୍ମୀ, ପାଚିକା, ସହାୟିକା ନିଯୁକ୍ତି ପାଇଛନ୍ତି। ପ୍ରତି କେନ୍ଦ୍ରରେ ପିଲା ପାଠ ପଢିବା ସହିତ ଖେଳୁଛନ୍ତି, ଖାଉଛନ୍ତି ବୋଲି ଅର୍ଥ ମଧ୍ୟ ଖର୍ଚ୍ଚ ହେଉଛି। ମାତ୍ର କୌଣସି ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବା ଜଣାପଡ଼ିଛି। ୨୦୧୧୍‌ରୁ ପାରାଦୀପରେ ୯୪ ଅଙ୍ଗନଓ୍ବାଡି କେନ୍ଦ୍ର ହେବ ବୋଲି ଘୋଷଣା ହୋଇଛି। ମାତ୍ର ଏପର୍ଯ୍ୟନ୍ତ କୌଣସି କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିଯୋଗୁ ୱାର୍ଡ ଅଫିସରେ ଏହି ପଛୁଆ ବର୍ଗ ସର୍ଭେ କରାଯାଉଛି ବୋଲି ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ କହିଛନ୍ତି। ପାରାଦୀପ ବନ୍ଦରାଞ୍ଚଳରେ ଜାଗା ସମସ୍ୟା ଯୋଗୁ ଏହି କେନ୍ଦ୍ର ନିର୍ମାଣରେ ବାଧକ ହେଉଛି ବୋଲି ସେ ପ୍ରକାଶ କରିଛନ୍ତି। ଏହି ପଛୁଆ ବର୍ଗ ସର୍ଭେରେ ୨୦୮ ପ୍ରକାର ଜାତିର ଲୋକ ସେମାନଙ୍କ ତଥ୍ୟ ଦେବେ। ଏହି ଜାତିର ନାମ ସର୍ଭେ ସେଣ୍ଟରରେ ଉପଲବ୍ଧ ଅଛି। ଏଥିରେ ଅନୁସୂଚିତ ଜାତି ଓ ଜନଜାତି ଲୋକ ନାହାନ୍ତି। ଓଡ଼ିଶାରେ ସମୁଦାୟ ୧୨୫୫ ଜାତିର ଲୋକ ବସବାସ କରୁଛନ୍ତି। ସେମାନଙ୍କ ମଧ୍ୟରେ ସାଧାରଣ ବର୍ଗର ୧୩ ଜାତି, ଓବିସି ୪୦୭, ଜନଜାତି ୧୯୨,ଅନୁସୂଚିତ ଜାତି ୧୫୪,ପଛୁଆ ବର୍ଗ ୪୮୯ ଜାତି ରହିଛି ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଛି। ଏହି ସର୍ଭେ କେବଳ ଓଡିଶା ସରକାରଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri