ନକଲି ସ୍କୁଲ ଲିଭିଂ ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ଚାକିରି

ଭବାନୀପାଟଣା,୧୦।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦେପୁର ସେକ୍ଟର ଅଧୀନ ଉପକାଭଟ୍ଟାର ଅଙ୍ଗନଓ୍ବାଡ଼ି କର୍ମୀ ଝୁନୁପମା ଶତପଥୀ ନକଲି ସ୍କୁଲ ଲିଭିଂ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ହୋଇଛି। ଏହା ପରେ ତାଙ୍କୁ ବହିଷ୍କାର ପାଇଁ ଭବାନୀପାଟଣା ଡିଏସ୍‌ଡବ୍ଲ୍ୟୁ ପକ୍ଷରୁ ଗ୍ରାମୀଣ ଆଇସିଡିଏସ ସିଡିପିଓଙ୍କୁ ନିର୍ଦ୍ଦେଶ ଦେବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶ ଯେ, ଉପକାଭଟ୍ଟା ଅଙ୍ଗନଓ୍ବାଡ଼ି କେନ୍ଦ୍ରର କର୍ମୀ ଭାବେ ଝୁନୁପମା ଶତପଥୀ ନିଯୁକ୍ତି ପାଇଥିଲେ। ସେ ଭବାନୀପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରୁ ଆଣିଥିବା ସ୍କୁଲ ଲିଭିଂ ସାର୍ଟିଫିକେଟ ନକଲି ଥିବା ଜଣାପଡ଼ିବା ପରେ ଏହି ସ୍କୁଲ ପରିତ୍ୟାଗ ସାର୍ଟିଫିକେଟରେ ସ୍କୁଲରେ ୧୦।୦୩।୧୯୬୧ ଥିବାବେଳେ ଜାଲ କରି ଏହି ସାର୍ଟିଫିକେଟରେ ୧୯୬୫ ମାର୍ଚ୍ଚ ୧୦ ତାରିଖ ବୋଲି ଉଲ୍ଲେଖ କରିଥିଲେ। ଘଟଣାର ତଦନ୍ତ ପରେ ସ୍କୁଲର ପରିତ୍ୟାଗ ସାର୍ଟିଫିକେଟ ସହ ତାଳମେଳ ରହି ନ ଥିଲା। ଏହି ଘଟଣାରେ କଳାହାଣ୍ଡି ଡିଏସଡବ୍ଲ୍ୟୁ ଚିଠି ନଂ୧୯୩/୧୯।୦୧।୨୦୨୩ରେ ଝୁନୁପମାଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୨୦୨୧ ଏପ୍ରିଲ ୧ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦରମା ଟଙ୍କା ଭରଣା ପାଇଁ ପଦକ୍ଷେପ ନେବା ସହ ଅପରାଧିକ ମାମଲା ରୁଜୁ କରିବାକୁ ଭବାନୀପାଟଣା ଗ୍ରାମୀଣ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ ପାଇଁ ଅଞ୍ଜନ ରଥ ଜିଲାପାଳଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ। ଘଟଣା ପ୍ରଘଟ ହେବା ପରେ ନକଲି ସାର୍ଟିଫିକେଟ ଥିବା ବହୁ ଅଙ୍ଗନଓ୍ବାଡି କର୍ମୀ ଓ ଅନ୍ୟ ବିଭାଗୀୟ କର୍ମଚାରୀଙ୍କ ମଧ୍ୟରେ ଏବେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri