ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି।

ଅନଶନ ଆରମ୍ଭ ପୂର୍ବରୁ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଗୁଣପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରାରେ ବାହାରିଥିଲେ। ପରେ ସେମାନେ ସିଡିପିଓଙ୍କ କାର୍ଯ୍ୟାଳୟଠାରେ ପହଞ୍ଚି ଅନଶନରେ ବସିଥିଲେ।

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କିମ୍ବା ବଦଳି କରିବା ସହ ଅନ୍ୟାନ୍ୟ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।

ତେବେ ସେମାନଙ୍କ ଦାବି ପୂରଣ ନ ହେବାରୁ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଅନଶନ ଆରମ୍ଭ କରିଥିବା ଜଣାପଡ଼ିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ସଂଘ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri