ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦିବ୍ୟଭାରତୀ ଅଢା(୨୨)।

ହେମଗିର ପୋଲିସ, ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଛନ୍ତି। ଏନେଇ ହେମଗିର ଥାନାରେ ଏକ ମାମଲା (ନଂ.୫୦୧/୨୪)ରୁଜୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଦିବ୍ୟଭାରତୀ ବୁଧବାର ଅଙ୍ଗନଓ୍ବାଡି କେନ୍ଦ୍ରରୁ ଫେରୁଥିବା ସମୟରେ ସେହି ଗ୍ରାମର ଜଣେ ବ୍ୟକ୍ତି ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ହତ୍ୟାକାରୀ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି। ହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବା ବେଳେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri