ଭୁବନେଶ୍ୱର,୪।୨: ଅଙ୍ଗନଓ୍ବାଡି କର୍ମୀ ଓ ସହାୟକା ସଂଘର ଏକ ପ୍ରତିନିଧି ଦଳ ସୋମବାର ସାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟଛନ୍ତି। ଜାତୀୟ ଶିକ୍ଷା ନୀତି ଲାଗୁ ହେବାପରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ନେଇ ତାଙ୍କ ସହିତ ଆଲୋଚନା କରିଥିବା ସୂଚନା ମିଳିଛି। ଆଲୋଚନା ସମୟରେ ଶିଶୁବାଟିକାରେ ଅଙ୍ଗନଓ୍ବାଡି କର୍ମୀକୁ ଶିକ୍ଷକ ଭାବରେ ନିଯୁକ୍ତି ଦେବା, ପଦୋନ୍ନତି ତଥା ସେମାନଙ୍କ ସରକାରୀ କର୍ମଚାରୀ ମାନ୍ୟତା ଆଦି ପ୍ରସଙ୍ଗରେ ସେମାନେ ବିରୋଧୀ ଦଳ ନେତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ସରକାରଙ୍କ ପାଖରେ ସମସ୍ୟା ଉଠାଇବାକୁ ନବୀନ ସେମାନଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଏହି ଆଲୋଚନା ସମୟରେ ସଂଘର ଉପଦେଷ୍ଟା ସୁବାସ ସିଂ, ସଭାନେତ୍ରୀ ନନ୍ଦିନୀ ପଣ୍ଡା, ସମ୍ପାଦିକା ମଞ୍ଜୁଲତା ଦାସ, ସୁଶ୍ରୀ ସଂଗୀତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


