୨ ବର୍ଷ ଥିଲା ଚାକିରି: ବହିଷ୍କୃତ ହେଲେ ଅଙ୍ଗନୱାଡି

ଫୁଲବାଣୀ ଅଫିସ, ୪ା୧୧: ଜାଲ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ଦେଇ ଚାକିରି କରିବା ଜଣେ ଅଙ୍ଗନୱାଡି କର୍ମୀଙ୍କୁ ମହଙ୍ଗା ପଡିଛି  । ପ୍ରଶାସନିକ ତଦନ୍ତ ପରେ ସମ୍ପୃକ୍ତ ଅଙ୍ଗନୱାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି । ସେ ହେଲେ ମାଧୁରୀ ପ୍ରଧାନ । ମାଧୁରୀ ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଅଙ୍ଗନୱାଡି କେନ୍ଦ୍ରରେ କାର୍ଯ୍ୟ କରୁଥିଲେ । ୧୯୮୭ରେ ସେ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତ ହୋଇଥିବା ବେଳେ ଚାକିରି କାଳ ଆଉ ୨ ବର୍ଷ ଥିଲା।

କିଛିଦିନ ତଳେ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଫିରିଙ୍ଗିଆରେ ଜନଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ। ବାଟରେ ସେ ହଠାତ୍‌ ଟେଲାପାଲି ଅଙ୍ଗନୱାଡି କେନ୍ଦ୍ରକୁ ପରିଦର୍ଶନରେ ଯାଇଥିଲେ । ସେଠାରେ ଉପସ୍ଥିତ ପିଲା ଏବଂ ଉପସ୍ଥାନ ଖାତାରେ ତାଳମେଳ ନ ଥିବା ଜାଣିବାକୁ ପାଇଥିଲେ । ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଫିରିଙ୍ଗିଆ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଅଙ୍ଗନଓ୍ବାଡି କର୍ମୀ ମାଧୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ । ହେଲେ ସେ ଏହାର ସନ୍ତୋଷ ଜନକ ଉତ୍ତର ଦେଇ ନ ଥିଲେ । ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଫୁଲବାଣୀ ଉପଜିଲାପାଳ ଶେଷଦେବ ମିଶ୍ର ମାଧୁରୀ ଦେଇଥିବା ପ୍ରମାଣପତ୍ର ଯାଞ୍ଚ କରିବାରୁ ତାହା ଜାଲ୍‌ ବୋଲି ଜଣାପଡିଥିଲା । ଏହାପରେ ତାଙ୍କ ନାମରେ ଥାନାରେ ଏତଲା ଦିଆଯିବା ସହ ଚାକିରିରୁ ବହିଷ୍କାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri