୨ ବର୍ଷ ଥିଲା ଚାକିରି: ବହିଷ୍କୃତ ହେଲେ ଅଙ୍ଗନୱାଡି

ଫୁଲବାଣୀ ଅଫିସ, ୪ା୧୧: ଜାଲ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ଦେଇ ଚାକିରି କରିବା ଜଣେ ଅଙ୍ଗନୱାଡି କର୍ମୀଙ୍କୁ ମହଙ୍ଗା ପଡିଛି  । ପ୍ରଶାସନିକ ତଦନ୍ତ ପରେ ସମ୍ପୃକ୍ତ ଅଙ୍ଗନୱାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି । ସେ ହେଲେ ମାଧୁରୀ ପ୍ରଧାନ । ମାଧୁରୀ ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଟେଲାପାଲି ଅଙ୍ଗନୱାଡି କେନ୍ଦ୍ରରେ କାର୍ଯ୍ୟ କରୁଥିଲେ । ୧୯୮୭ରେ ସେ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତ ହୋଇଥିବା ବେଳେ ଚାକିରି କାଳ ଆଉ ୨ ବର୍ଷ ଥିଲା।

କିଛିଦିନ ତଳେ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଫିରିଙ୍ଗିଆରେ ଜନଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ। ବାଟରେ ସେ ହଠାତ୍‌ ଟେଲାପାଲି ଅଙ୍ଗନୱାଡି କେନ୍ଦ୍ରକୁ ପରିଦର୍ଶନରେ ଯାଇଥିଲେ । ସେଠାରେ ଉପସ୍ଥିତ ପିଲା ଏବଂ ଉପସ୍ଥାନ ଖାତାରେ ତାଳମେଳ ନ ଥିବା ଜାଣିବାକୁ ପାଇଥିଲେ । ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଫିରିଙ୍ଗିଆ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଅଙ୍ଗନଓ୍ବାଡି କର୍ମୀ ମାଧୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ । ହେଲେ ସେ ଏହାର ସନ୍ତୋଷ ଜନକ ଉତ୍ତର ଦେଇ ନ ଥିଲେ । ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଫୁଲବାଣୀ ଉପଜିଲାପାଳ ଶେଷଦେବ ମିଶ୍ର ମାଧୁରୀ ଦେଇଥିବା ପ୍ରମାଣପତ୍ର ଯାଞ୍ଚ କରିବାରୁ ତାହା ଜାଲ୍‌ ବୋଲି ଜଣାପଡିଥିଲା । ଏହାପରେ ତାଙ୍କ ନାମରେ ଥାନାରେ ଏତଲା ଦିଆଯିବା ସହ ଚାକିରିରୁ ବହିଷ୍କାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri