ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ସଭାନେତ୍ରୀ ପ୍ରତିମା କୁମାରୀ ଦେବୀ,ସମ୍ପାଦିକା ମମତା ବାରିକ, କୋଷାଧ୍ୟକ୍ଷା ଜି.ଇନ୍ଦ୍ରାଣୀ ଦୋରାଙ୍କ ନେତୃତ୍ୱରେ ବହୁ ସଂଖ୍ୟକ ଅଙ୍ଗନୱାଡ଼ି କର୍ମୀ ଶୋଭାଯାତ୍ରାରେ ଆସି ସାନଖେମୁଣ୍ଡି ସିଡ଼ିପିଓ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଆୟୋଜିତ ପ୍ରତିବାଦ ସଭାରେ ଭାରତୀୟ ମଜଦୁର ସଂଘର କାର୍ଯ୍ୟକର୍ତ୍ତା ଏ.ପ୍ରସାଦ ଦୋରା,ଉପଦେଷ୍ଟା ସାଧୁ ଚରଣ ନାହାକ,କାମେଶ୍ୱର ଜେନା,ରାଜୁ ସ୍ବାଇଁ ପ୍ରମୁଖ ଉପସ୍ଥିତ ରହି ଅଙ୍ଗନୱାଡ଼ି କର୍ମୀ ମାନଙ୍କ ନ୍ୟାର୍ଯ୍ୟ ଦାବୀପୁରଣ ପାଇଁ ଉଦବୋଧନ ଦେଇଥିଲେ। ଅଙ୍ଗନୱାଡି କର୍ମୀ ଙ୍କ ୫୫ ବର୍ଷ ବୟସରେ ସ୍ଵାସ୍ଥ୍ୟ ପ୍ରମାଣପତ୍ର ଦାଖଲକୁ ବାଧ୍ୟତାମୂଳକ ନିଷ୍ପତ୍ତିକୁ ପ୍ରତ୍ୟାହାର କରାଯାଉ।ବୟସାଧିକ କାରଣ ଦର୍ଶାଇ ସେମାନଙ୍କୁ କାର୍ଯ୍ୟରୁ ବହିଷ୍କାର ନିଷ୍ପତ୍ତିକୁ ବାତିଲ କରାଯାଉ। ଦକ୍ଷତା ଅନୁଯାୟୀ ସେମାନଙ୍କୁ ସୁପରଭାଇଜର ପଦବୀକୁ ପଦୋନ୍ନୋତି କରାଯାଉ ପ୍ରଭୃତି ୧୪ ଦଫାଦାବି ପୁରଣ ପାଇଁ ସଂଘ ପକ୍ଷରୁ ସିଡିପିଓ ଙ୍କୁ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମରେ ସଂଘର ସମସ୍ତ ଅଙ୍ଗନୱାଡ଼ି ସେକ୍ଟର ନେତୃବୃନ୍ଦ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?