କରୋନାରେ ଆଖିବୁଜିଲେ ଅଙ୍ଗନଓ୍ବାଡି କର୍ମୀ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୦ା୧୦(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଅଙ୍ଗନଓ୍ବାଡ଼ି କର୍ମୀ ପି. ମାଙ୍ଗାମା ପାତ୍ର କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ପରଲୋକ ଖବର ପାଇ ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଭୀଷ୍ମଗିରି ସରପଞ୍ଚ ପୀତାମ୍ବର ଗୌଡ଼,ଦିଗପହଣ୍ଡି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ୍‌. ନିରଞ୍ଜନ ରେଡ୍ଡୀ, ସିଡିପିଓ ଯୋଶବନ୍ତୀ ସାହୁ, ସାଧନା ମହିଳା ସଂଘ ସଭାନେତ୍ରୀ ପି. ବିଜୟଲକ୍ଷ୍ମୀ, ସାମାଜିକ କର୍ମୀ ରାମକୃଷ୍ଣ ପାଢ଼ୀ, ଟି. ଶ୍ରୀନିବାସ ପାତ୍ର ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି। କରୋନାର ଦ୍ରୁତ ସଂକ୍ରମଣ ସମୟରେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କୁ ସଚେତନ କରିବା ସହ ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥାର ରିପୋର୍ଟ ସଂଗ୍ରହ କରିଥିଲେ। ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ମାଙ୍ଗାମା ୭ ନଂ. ଅଙ୍ଗନୱାଡ଼ି କେନ୍ଦ୍ରରେ କର୍ମୀ ଭାବେ କାର୍ଯ୍ୟ କରିଆସୁଥିଲେ । ଗ୍ରାମର କରୋନା ସଙ୍ଗରୋଧ କେନ୍ଦ୍ରରେ ନିୟୋଜିତ ଥିବା ସମୟରେ ସେ ସାମାନ୍ୟ ଜ୍ବରରେ ପୀଡ଼ିତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ସିଟି ହସ୍ପିଟାଲ ଓ ପରେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଇଥିଲେ। ଜ୍ୱର ନ ଛାଡ଼ିବାରୁ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?