ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ଭାରତୀୟ ମଜଦୂର ସଂଘ ସହବନ୍ଧିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନ ବରଗଡ଼ ଜିଲା ଶାଖା ପକ୍ଷରୁ ବିକ୍ଷୋଭ ଶୋଭାଯାତ୍ରା ସହ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଜିଲାର ସମସ୍ତ ବ୍ଲକର ଅଙ୍ଗନୱାଡି କର୍ମୀମାନେ ସ୍ଥାନୀୟ ଲୋକମଣ୍ଡପ ପଡ଼ିଆରେ ଏକାଠି ହୋଇଥିଲେ। ସେଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟ ଅଭିମୁଖେ ସେମାନେ ବାହାରିଥିଲେ। ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚିବା ପୂର୍ବରୁ ପୋଲିସ କାର୍ଯ୍ୟାଳୟର ମୁଖ୍ୟ ଫାଟକକୁ ବନ୍ଦ କରି ଦେଇଥିଲା। ଫଳରେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି ଦାବି ସମୂହ ନେଇ ନାରାବାଜି କରିଥିଲେ। ଅତିରିକ୍ତ ଜିଲାପାଳ ସାହୁ ସେଠାକୁ ପହଞ୍ଚତ୍ବା ପରେ ଆସୋସିଏଶନ ପକ୍ଷରୁ ତାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।

ସ୍ମାରକପତ୍ରରେ ୬ଦଫା ଦାବି କରାଯାଇଛି। ଇପିଏସ୍‌-୯୫ ଅନୁଯାୟୀ ସର୍ବନିମ୍ନ ୫ହଜାର ଟଙ୍କା ପେନସନ ତୁରନ୍ତ ପ୍ରଦାନ କରିବା ସହ ଶେଷରେ ଦରମାର ୫୦ପ୍ରତିଶତ ଓ ମହଙ୍ଗା ଭତ୍ତା ପ୍ରଦାନ, ଇପିଏଫ୍‌ ଦରମା ସୀମା ୧୫ହଜାରରୁ ୩୦ହଜାର ଟଙ୍କା ଏବଂ ଇଏସ୍‌ଆଇସି ଦରମା ସୀମା ୨୧ହଜାରରୁ ୪୨ହଜାର ଟଙ୍କାକୁ ବୃଦ୍ଧି, ସାର୍ବଜନୀନ ସମ୍ପତ୍ତି ବିକ୍ରି ତୁରନ୍ତ ବନ୍ଦ କରିବା, ବୀମା ଓ ଆର୍ଥିକ କ୍ଷେତ୍ରରେ ଶହେ ପ୍ରତିଶତ ନିବେଶକୁ ନିଷିଦ୍ଧ କରାଯିବା, ଯୋଜନା କର୍ମୀଙ୍କୁ ସରକାରୀ କର୍ମଚାରୀଙ୍କ ଭଳି ସମାନ ଦରମା ଓ ସାମାଜିକ ସୁରକ୍ଷା ପ୍ରଦାନ ଏବଂ ଅସଙ୍ଗଠିତ କ୍ଷେତ୍ର ପାଇଁ ପର୍ଯ୍ୟାପ୍ତ ପାଣ୍ଠି ଉପଲବ୍ଧ କରିବାକୁ ସ୍ମାରକପତ୍ରରେ ଦାବି ହୋଇଛି। ଆସୋସିଏଶନର ବରଗଡ଼ ଜିଲା ସଭାପତି ବବଲି ପୂଝାରୀ, ସମ୍ପାଦିକା ରୀତା ପୂଝାରୀ, ପୂର୍ବତନ ସମ୍ପାଦିକା ଜ୍ୟୋତ୍ସ୍ନାମୟୀ ପାଢ଼ୀ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri