ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

 ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସମାଧାନ ନ ହେବାରୁ ଗତ ୨୫ ତାରିଖରୁ ଅନଶନ ଆରମ୍ଭ କରାଯାଇଥିଲା। ତେବେ ଶୁକ୍ରବାର ଭାରତୀୟ ମଜଦୁର ସଂଘର ହସ୍ତକ୍ଷେପ ଏବଂ ଗୁଣପୁର ଉପଜିଲାପାଳଙ୍କ ସହ ଆଲୋଚନା ପରେ ଅଙ୍ଗନୱାଡ଼ି କର୍ମୀମାନେ ଅନଶନ ପ୍ରତ୍ୟାହାର କରିଛନ୍ତି।

ଧାରଣାରୁ ହଟିବା ପରେ ଶନିବାରଠାରୁ କର୍ମୀମାନେ ନିଜ ନିଜ କାର୍ଯ୍ୟରେ ଯୋଗଦେବେ ବୋଲି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଏହି ଆଲୋଚନାରେ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ, ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ, ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏସନ୍‌ର ଜିଲା ସଭାନେତ୍ରୀ ଜୟନ୍ତୀ ପଦ୍ମାଳୟା ସାହୁ ଓ ସମ୍ପାଦିକା ଉଷାରାଣୀ ଦାଶ ଗୁଣପୁର ଉପଜିଲାପାଳଙ୍କ ସହ ଆଲୋଚନା କରିଥିଲେ।

ବ୍ଲକ୍ ସଭାନେତ୍ରୀ ବୃନ୍ଦାବତୀ ଜେନା ଓ ସମ୍ପାଦିକା ସୁବାସିନୀ ଶବରଙ୍କ ସମେତ ଯଶସ୍ୱିନୀ ମହାପାତ୍ର, ପୁଷ୍ପା ଦେଇ, ସରସ୍ୱତୀ ଦେବୀ, ସନ୍ଧ୍ୟାରାଣୀ ଦାସ ଓ ରତନମାଳା ମହାନ୍ତିଙ୍କ ନେତୃତ୍ୱରେ ଅନଶନ ଚାଲିଥିଲା।

ସୂଚନାଯୋଗ୍ୟ, ଗୁଣପୁର ସିଡିପିଓଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ତାଙ୍କୁ ବଦଳି କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଥିଲା। ଉପଜିଲାପାଳଙ୍କ ସହ ଆଲୋଚନା ପରେ ଅନଶନ ପ୍ରତ୍ୟାହାର କରାଯାଇଥିବା ସଂଘ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri