Posted inଜାତୀୟ

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଣବଳାତ୍କାର ପରେ ହତ୍ୟା

ଲକ୍ଷ୍ନୌ, ୭।୧(ପି.ଟି.): ଉତ୍ତରପ୍ରଦେଶର ବୁଦାଉଁ ଜିଲାରେ ଜଣେ ୫୦ ବର୍ଷୀୟ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଗଣବଳାତ୍କାର କରାଯିବା ସହ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଏହି ଘଟଣାରେ ମନ୍ଦିରର ଜଣେ ମହନ୍ତ ଓ ତାଙ୍କର ଦୁଇ ସହଯୋଗୀ ସମ୍ପୃକ୍ତ ଥିବା ପୋଲିସ କହିଛି। ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଗଣବଳାତ୍କାର ସ୍ପଷ୍ଟ ହୋଇଥିବାବେଳେ ମଙ୍ଗଳବାର ରାତିରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ତେବେ ମୁଖ୍ୟ ଅଭିଯୁକ୍ତ ମହନ୍ତ ଜଣକ ଫେରାର ହୋଇଯାଇଛନ୍ତି। ପୀଡ଼ିତାଙ୍କ ଗୋଡ଼ ଓ ପଞ୍ଜରା ହାଡ଼ ଭାଙ୍ଗିଥିବାବେଳେ ଗୁପ୍ତାଙ୍ଗରେ କ୍ଷତ ସୃଷ୍ଟି ହୋଇଛି।
ଏଭଳି ବୀଭତ୍ସ ଘଟଣା ରବିବାର ଘଟିଥିବାବେଳେ ଶବ ଘରେ ପହଞ୍ଚତ୍ବା ପରେ ଘଟଣା ଲୋକଲୋଚନକୁ ଆସିଥିଲା ଓ ଦୁଇଦିନ ପରେ ଏତଲା ଦାଏର ହୋଇଥିଲା। ଘଟଣାକୁ ନେଇ ରାଜନୈତିକ ମହଲରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାକୁ ୨୦୧୨ର ନିର୍ଭୟା ମାମଲା ସହ ତୁଳନା କରି କଂଗ୍ରେସ ଉତ୍ତରପ୍ରଦେଶ ସରକାରଙ୍କୁ ସମାଲୋଚନା କରିଛି। ଘଟଣା ସମ୍ପର୍କରେ ଉଚ୍ଚ ପଦାଧିକାରୀଙ୍କୁ ଜଣାଇବା ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଳମ୍ବ ପାଇଁ ଉଘାଇତି ଥାନାର ଷ୍ଟେଶନ ହାଉସ୍‌ ଅଫିସରଙ୍କୁ ନିଲମ୍ବନ କରାଯାଇଛି।
ରବିବାର ମହିଳା ଜଣକ ପୂଜା କରିବା ପାଇଁ ମନ୍ଦିର ଯାଇଥିଲେ। ପରେ ତାଙ୍କର ମୃତଦେହ ରହସ୍ୟମୟ ସ୍ଥିତିରେ ମିଳିଥିଲା। ମନ୍ଦିରର ମହନ୍ତ ଓ ତାଙ୍କ ସହଯୋଗୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ସେମାନଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ ହେବା ସହ ମହନ୍ତଙ୍କୁ ଗିରଫ ଲାଗି ୪ଟି ଟିମ୍‌ ଗଠନ କରାଯାଇଛି। ଜାତୀୟ ମହିଳା କମିଶନ ଗଣମାଧ୍ୟମ ରିପୋର୍ଟରୁ ଏ ସମ୍ପର୍କରେ ଜାଣିବା ପରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ତୁରନ୍ତ ଘଟଣାରେ ହସ୍ତକ୍ଷେପ କରିବା ଲାଗି କହିଛି। ଖୁବ୍‌ଶୀଘ୍ର ମହିଳା କମିଶନ ସଦସ୍ୟମାନେ ପୀଡ଼ିତାଙ୍କ ପରିବାର ସଦସ୍ୟ ଓ ପୋଲିସ ଅଧିକାରୀଙ୍କୁ ଭେଟିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?