ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଥିବା ଜଣାପଡିଛି। ସେଗୁଡିକ ହେଉଛି ବଜାର ଦର ଅନୁସାରେ ଅଣ୍ଡା ଦର ବୃଦ୍ଧି କରିବା ନଚେତ୍‌ ସରକାର ନିଜେ ଅଣ୍ଡା ଯୋଗାଇଦେବା, ଉନ୍ନତ ମାନର ମୋବାଇଲ ଦେବା, ଚାରି ଶ୍ରମ ଆଇନକୁ କାର୍ଯ୍ୟକାରୀ କରି ସମାନ କାମକୁ ସମାନ ଦରମା, ଶ୍ରମିକଙ୍କୁ ମାନ୍ୟତା, ସାମାଜିକ ନିରାପତ୍ତା ଯୋଜନାରେ ସାମିଲ, ଭାରତୀୟ ଜାତୀୟ ସମ୍ମିଳନୀ ରେ ହୋଇଥିବା ନିଷ୍ପତ୍ତି ଅନୁସାରେ ୨୬ ହଜାର ଟଙ୍କା ପ୍ରଦାନ କରାଯିବା ରହିଛି। ସେହିପରି ୧୦୦ ଶତକଡା ପଦୋନ୍ନତି ଦେବା, ଅତିରିକ୍ତ କାର୍ଯ୍ୟ ସବୁ ବନ୍ଦ କରାଯାଇ କେବଳ ଆଇସିଡ଼ିଏସ କାମକୁ ଅଗ୍ରାଧିକାର ଦିଆଯିବା, ଗାଁ କଲ୍ୟାଣ ସମିତିରୁ କର୍ମୀଙ୍କୁ ବାଦ୍‌ ଦେବା ପ୍ରଭୁତି ଦାବି କରିଛନ୍ତି।

ବିକ୍ଷୋଭ ପ୍ରଦର୍ଶନକାରୀ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ବରଗଡ଼ର ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ସମ୍ମୁଖରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପଶ୍ଚିମ ଓଡିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ଆବାହକ ପ୍ରଶାନ୍ତ ପାଢୀ, ଯୁଗ୍ମ ଆବାହକ ବାଳକୃଷ୍ଣ ଭୋଇ, ସାଧାରଣ ସମ୍ପାଦକ ପ୍ରଭାସିନୀ ପାଢୀ, ଜିଲା ସଭାନେତ୍ରୀ ରୁକ୍ମିଣୀ ଜୁଆଡି ଓ ଜିଲା ସମ୍ପାଦକ ନିତମ୍ବନୀ ଦାଶଙ୍କ ନେତୃତ୍ୱ ଅନୁଷ୍ଠିତ ରାଲି ଓ ବିକ୍ଷୋଭ ପ୍ରଦର୍ଶନରେ ସରସ୍ବତୀ ପଞ୍ଚବିହାର, ବିଳାସିନି ମହାପାତ୍ର,ସାଧବୀ ବିଶାଳ, ଅହଲ୍ୟା ପଣ୍ଡା, ୍ଯଯଯାଣୀ ମେହେର, ବ୍ରଜେଶ୍ୱରୀ ସିଂହ, ଶୋଭା କାନ୍ତି ମିଶ୍ର, ବେବୀ ଭୋଇ,ଭାରତୀ ଚୌହାନ, ମୀନା ମିଶ୍ର ସମେତ ଶତାଧିକ ଅଙ୍ଗନବାଡି କର୍ମୀ ଓ ସହାୟିକା ଉପସ୍ଥିତ ଥିଲେ । ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ବିକ୍ଷୋଭସ୍ଥଳକୁ ଆସି ଦାବିପତ୍ର ଗ୍ରହଣ କରିଥିଲେ। ସମସ୍ୟାର ସମାଧାନ କରା ନ ଗଲେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri