ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି ନେଇ ଚିନ୍ତା କରାଯାଉଛି। ଜନ୍ମଠାରୁ ଆରମ୍ଭ କରି ଜୁଇ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ ଅଙ୍ଗନବାଡ଼ି କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ଯତ୍ନବାନ ଥିବା କଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରକାଶ କରିଛନ୍ତି। ଆଗାମୀ ବିଧାନସଭା ଅଧିବେଶନରେ ସରକାର ଏହି ପ୍ରସଙ୍ଗରେ ଏକ ବଡ଼ ଧରଣର ଘୋଷଣା କରିପାରନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ସମ୍ଭାବ୍ୟ ଘୋଷଣା ସେମାନଙ୍କର ମାସିକ ମାନ୍ୟତା କିମ୍ବା ଦରମା ବୃଦ୍ଧି ସଂକ୍ରାନ୍ତରେ ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି। କର୍ମୀମାନେ ଦରମା ୧୮,୦୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ଦାବି ଜଣାଇ ଆସୁଛନ୍ତି, ତଥାପି ସରକାରୀ ସୂତ୍ରରୁ ମିଳୁଥିବା ସୂଚନା ଅନୁଯାୟୀ: ଅଙ୍ଗନବାଡ଼ି କର୍ମୀ: ଦରମା ୧୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇପାରେ। ସହାୟିକା: ଦରମା ୧୨,୦୦୦ ଟଙ୍କା କରିବାକୁ ଯୋଜନା ଚାଲିଥିବା ନେଇ ରାଜ୍ୟର ରାଜନୈତିକ ମହଲରେ ବେଶ୍‌ ଆଲୋଚନା ହେଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri