ଛତୁଆଗାଡ଼ି ଅଟକ ରଖିଲେ ଅଙ୍ଗନୱାଡି କର୍ମୀ

ବଲସକୁମ୍ପା, ୧୦ା୧୨: ଖଜୁରୀପଡ଼ା ବ୍ଲକର ସମସ୍ତ ଅଙ୍ଗନୱାଡି କର୍ମୀ ଶୁକ୍ରବାର ସକାଳୁ ଦୁତିମେଣ୍ଡି ଗ୍ରାମପଞ୍ଚାୟତ ସମ୍ବେପଦରଠାରେ ଥିବା ଛତୁଆ ପ୍ରସ୍ତୁତ କମ୍ପାନୀରୁ ଗୋଟିଏ ପିକ୍‌ଅପ ଗାଡ଼ିରେ ଛତୁଆ ବୋଝେଇ ହୋଇ ବାହାରୁଥିବା ଖବର ପାଇବା ପରେ ସେଠାରେ ପହଞ୍ଚି ଗାଡିକୁ ଅଟକ ରଖିବା ସହ ବିଭିନ୍ନ ସରକାରୀ ବିରୋଧୀ ନାରା ଦେଇ ନ୍ୟାୟ ଦାବି କରିଥିଲେ। ବହୁଦିନ ଧରି ରାଜଧାନୀରେ ଅଙ୍ଗନୱାଡି କର୍ମୀ ସେମାନଙ୍କୁ ଉଚିତ୍‌ ଦରମା ଏବଂ ସେମାନଙ୍କୁ ସମସ୍ତ ସୁବିଧା ସୁଯୋଗ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ପାଖରେ ଆନ୍ଦୋଳନ କରୁଥିବା ବେଳେ ତାହା ଜିଲା ଏବଂ ବ୍ଲକ ସ୍ତରରେ ମଧ୍ୟ ଚାଲୁ ରହିଛି। ଫଳରେ ବହୁଦିନ ଧରି ଅଙ୍ଗନୱାଡି କେନ୍ଦ୍ରରେ ତାଲା ଝୁଲୁଥିବା ବେଳେ କୋମଳମତି ଶିଶୁ ଏବଂ ଗର୍ଭବତୀ ମା’ମାନଙ୍କୁ ଅଣ୍ଡା ଛତୁଆ ପହଞ୍ଚାଇବା ଭଳି କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଶୁକ୍ରବାର ସକାଳୁ ଆର.ନୂଆଁଗାଁ ସର୍କଲ ସୁପରଭାଇଜର ସୁଜିତା ସାହୁ ଏକ ପିକଅପ ଗାଡିରେ ଛତୁଆ ବୋଝେଇ କରି ବିଭିନ୍ନ କେନ୍ଦ୍ରରେ ବଣ୍ଟନ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଅଙ୍ଗନୱାଡି କର୍ମୀ ଗାଡି ଅଟକାଇବା ସହ ସୁପରଭାଇଜରଙ୍କ ସାମ୍ନାରେ ନାରାବାଜି କରିଥିଲେ। ଯେ ପର୍ଯ୍ୟନ୍ତ ସାରା ରାଜ୍ୟର ଲକ୍ଷଲକ୍ଷ ଅଙ୍ଗନୱାଡି କର୍ମୀମାନଙ୍କୁ ସେମାନଙ୍କ ଉଚିତ ନ୍ୟାୟ ନ ମିଳିଛି ସେପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଉପସ୍ଥିତ ସମସ୍ତ ଅଙ୍ଗନୱାଡି କର୍ମୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri