ଛତୁଆଗାଡ଼ି ଅଟକ ରଖିଲେ ଅଙ୍ଗନୱାଡି କର୍ମୀ

ବଲସକୁମ୍ପା, ୧୦ା୧୨: ଖଜୁରୀପଡ଼ା ବ୍ଲକର ସମସ୍ତ ଅଙ୍ଗନୱାଡି କର୍ମୀ ଶୁକ୍ରବାର ସକାଳୁ ଦୁତିମେଣ୍ଡି ଗ୍ରାମପଞ୍ଚାୟତ ସମ୍ବେପଦରଠାରେ ଥିବା ଛତୁଆ ପ୍ରସ୍ତୁତ କମ୍ପାନୀରୁ ଗୋଟିଏ ପିକ୍‌ଅପ ଗାଡ଼ିରେ ଛତୁଆ ବୋଝେଇ ହୋଇ ବାହାରୁଥିବା ଖବର ପାଇବା ପରେ ସେଠାରେ ପହଞ୍ଚି ଗାଡିକୁ ଅଟକ ରଖିବା ସହ ବିଭିନ୍ନ ସରକାରୀ ବିରୋଧୀ ନାରା ଦେଇ ନ୍ୟାୟ ଦାବି କରିଥିଲେ। ବହୁଦିନ ଧରି ରାଜଧାନୀରେ ଅଙ୍ଗନୱାଡି କର୍ମୀ ସେମାନଙ୍କୁ ଉଚିତ୍‌ ଦରମା ଏବଂ ସେମାନଙ୍କୁ ସମସ୍ତ ସୁବିଧା ସୁଯୋଗ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ପାଖରେ ଆନ୍ଦୋଳନ କରୁଥିବା ବେଳେ ତାହା ଜିଲା ଏବଂ ବ୍ଲକ ସ୍ତରରେ ମଧ୍ୟ ଚାଲୁ ରହିଛି। ଫଳରେ ବହୁଦିନ ଧରି ଅଙ୍ଗନୱାଡି କେନ୍ଦ୍ରରେ ତାଲା ଝୁଲୁଥିବା ବେଳେ କୋମଳମତି ଶିଶୁ ଏବଂ ଗର୍ଭବତୀ ମା’ମାନଙ୍କୁ ଅଣ୍ଡା ଛତୁଆ ପହଞ୍ଚାଇବା ଭଳି କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଶୁକ୍ରବାର ସକାଳୁ ଆର.ନୂଆଁଗାଁ ସର୍କଲ ସୁପରଭାଇଜର ସୁଜିତା ସାହୁ ଏକ ପିକଅପ ଗାଡିରେ ଛତୁଆ ବୋଝେଇ କରି ବିଭିନ୍ନ କେନ୍ଦ୍ରରେ ବଣ୍ଟନ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଅଙ୍ଗନୱାଡି କର୍ମୀ ଗାଡି ଅଟକାଇବା ସହ ସୁପରଭାଇଜରଙ୍କ ସାମ୍ନାରେ ନାରାବାଜି କରିଥିଲେ। ଯେ ପର୍ଯ୍ୟନ୍ତ ସାରା ରାଜ୍ୟର ଲକ୍ଷଲକ୍ଷ ଅଙ୍ଗନୱାଡି କର୍ମୀମାନଙ୍କୁ ସେମାନଙ୍କ ଉଚିତ ନ୍ୟାୟ ନ ମିଳିଛି ସେପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଉପସ୍ଥିତ ସମସ୍ତ ଅଙ୍ଗନୱାଡି କର୍ମୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri