Posted inରାଜ୍ୟ

ଅଙ୍ଗନଓ୍ବାଡିି କର୍ମୀ, ସହାୟିକାଙ୍କ ନିୟୋଜନ ପାଇଁ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫-‘ଟି’ ପଦକ୍ଷେପ ସ୍ବରୂପ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କ ନିୟୋଜନ ପାଇଁ ବିକାଶ କରାଯାଇଥିବା ଏକ ପୋର୍ଟାଲକୁ ମଙ୍ଗଳବାର ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଲୋକାର୍ପଣ କରିଛନ୍ତି। ଏହି ପୋର୍ଟାଲର ବ୍ୟବହାର ଦ୍ୱାରା ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କ ନିୟୋଜନ ପ୍ରକ୍ରିୟା ଏବଂ ଏହା ସମ୍ବନ୍ଧୀୟ ପ୍ରଶାସନିକ କାର୍ଯ୍ୟର ସଞ୍ଚାଳନ ସହଜରେ ହୋଇପାରିବ। କାର୍ଯ୍ୟଦକ୍ଷତା ବୃଦ୍ଧି, ନିୟୋଜନ ବିଜ୍ଞାପନ ପ୍ରକାଶ କରିବା, ଅନ୍‌ଲାଇନ୍‌ ନିୟୋଜନ ପ୍ରକ୍ରିୟାର ସ୍ବୟଂଚାଳନ ଏବଂ ତଥ୍ୟ ସଂଗ୍ରହ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏହି ପୋର୍ଟାଲ ପରିକଳ୍ପନାର ଉଦ୍ଦେଶ୍ୟ। ଅତ୍ୟାବଶ୍ୟକ ସୂଚନାର ନିୟମିତ ଆଦାନ ପ୍ରଦାନ ପାଇଁ ପୋର୍ଟାଲ ସହିତ ଜଡ଼ିତ ସମସ୍ତ ବ୍ୟବହାରକାରୀଙ୍କ ପାଇଁ ଏଥିରେ ଏକ ଉନ୍ନତ ସହଯୋଗକାରୀ ବ୍ୟବସ୍ଥା ରହିଛି। ନିୟୋଜନ ପ୍ରକ୍ରିୟାରେ ତ୍ରୁଟି ହ୍ରାସ ଏବଂ ଦକ୍ଷ ଓ ଉତ୍ତମ ପରିଚାଳନା କରିବା ଏହି ପୋର୍ଟାଲ ମାଧ୍ୟମରେ ସହଜସାଧ୍ୟ ହେବ। ଅଙ୍ଗନଓ୍ବାଡି କେନ୍ଦ୍ରର ତଥ୍ୟ ପରିଚାଳନା, ଶୂନ୍ୟ ସ୍ଥାନ ଯାଞ୍ଚ, ଅନ୍‌ଲାଇନ୍‌ ଦରଖାସ୍ତ ଏବଂ ତାହାର ସ୍ଥିତି ଜାଣିବା, ଆମୁଳଚୂଳ ଚୟନ ପ୍ରକ୍ରିୟା ପରି ଅନେକ ସୁବିଧା ଏହି ପୋର୍ଟାଲର ମୁଖ୍ୟ ଅଂଶବିଶେଷ। ଏଥିରେ ଚିହ୍ନଟ ଓ ଯାଞ୍ଚ ପ୍ରକ୍ରିୟାର ଦାୟିତ୍ୱବୋଧତା ମଧ୍ୟ ସୁନିଶ୍ଚିତ ହୋଇଛି। ପୋର୍ଟାଲରେ ଥିବା ତଥ୍ୟ ବିଶ୍ଳେଷଣର ପଦ୍ଧତି, ବିଭିନ୍ନ କାର୍ଯ୍ୟ କ୍ଷେତ୍ରରେ ସଫଳତାର ଚିହ୍ନଟ ପାଇଁ ଏକ ନିର୍ଣ୍ଣାୟକ ମାନଦଣ୍ଡ ରୂପେ କାର୍ଯ୍ୟ କରିବ। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ନିଆଯାଇଥିବା ଏହି ପଦକ୍ଷେପ ଇ- ପ୍ରଶାସନ ପ୍ରକ୍ରିୟାକୁ ଆହୁରି ସୁଗମ ଓ ସହଜସାଧ୍ୟ କରିବ ବୋଲି ଆଶା କରାଯାଉଛି। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଏବଂ ସମାଜ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri