ଭୁବନେଶ୍ୱର,୨୪।୩(ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫-‘ଟି’ ପଦକ୍ଷେପ ସ୍ବରୂପ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କ ନିୟୋଜନ ପାଇଁ ବିକାଶ କରାଯାଇଥିବା ଏକ ପୋର୍ଟାଲକୁ ମଙ୍ଗଳବାର ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଲୋକାର୍ପଣ କରିଛନ୍ତି। ଏହି ପୋର୍ଟାଲର ବ୍ୟବହାର ଦ୍ୱାରା ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କ ନିୟୋଜନ ପ୍ରକ୍ରିୟା ଏବଂ ଏହା ସମ୍ବନ୍ଧୀୟ ପ୍ରଶାସନିକ କାର୍ଯ୍ୟର ସଞ୍ଚାଳନ ସହଜରେ ହୋଇପାରିବ। କାର୍ଯ୍ୟଦକ୍ଷତା ବୃଦ୍ଧି, ନିୟୋଜନ ବିଜ୍ଞାପନ ପ୍ରକାଶ କରିବା, ଅନ୍ଲାଇନ୍ ନିୟୋଜନ ପ୍ରକ୍ରିୟାର ସ୍ବୟଂଚାଳନ ଏବଂ ତଥ୍ୟ ସଂଗ୍ରହ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏହି ପୋର୍ଟାଲ ପରିକଳ୍ପନାର ଉଦ୍ଦେଶ୍ୟ। ଅତ୍ୟାବଶ୍ୟକ ସୂଚନାର ନିୟମିତ ଆଦାନ ପ୍ରଦାନ ପାଇଁ ପୋର୍ଟାଲ ସହିତ ଜଡ଼ିତ ସମସ୍ତ ବ୍ୟବହାରକାରୀଙ୍କ ପାଇଁ ଏଥିରେ ଏକ ଉନ୍ନତ ସହଯୋଗକାରୀ ବ୍ୟବସ୍ଥା ରହିଛି। ନିୟୋଜନ ପ୍ରକ୍ରିୟାରେ ତ୍ରୁଟି ହ୍ରାସ ଏବଂ ଦକ୍ଷ ଓ ଉତ୍ତମ ପରିଚାଳନା କରିବା ଏହି ପୋର୍ଟାଲ ମାଧ୍ୟମରେ ସହଜସାଧ୍ୟ ହେବ। ଅଙ୍ଗନଓ୍ବାଡି କେନ୍ଦ୍ରର ତଥ୍ୟ ପରିଚାଳନା, ଶୂନ୍ୟ ସ୍ଥାନ ଯାଞ୍ଚ, ଅନ୍ଲାଇନ୍ ଦରଖାସ୍ତ ଏବଂ ତାହାର ସ୍ଥିତି ଜାଣିବା, ଆମୁଳଚୂଳ ଚୟନ ପ୍ରକ୍ରିୟା ପରି ଅନେକ ସୁବିଧା ଏହି ପୋର୍ଟାଲର ମୁଖ୍ୟ ଅଂଶବିଶେଷ। ଏଥିରେ ଚିହ୍ନଟ ଓ ଯାଞ୍ଚ ପ୍ରକ୍ରିୟାର ଦାୟିତ୍ୱବୋଧତା ମଧ୍ୟ ସୁନିଶ୍ଚିତ ହୋଇଛି। ପୋର୍ଟାଲରେ ଥିବା ତଥ୍ୟ ବିଶ୍ଳେଷଣର ପଦ୍ଧତି, ବିଭିନ୍ନ କାର୍ଯ୍ୟ କ୍ଷେତ୍ରରେ ସଫଳତାର ଚିହ୍ନଟ ପାଇଁ ଏକ ନିର୍ଣ୍ଣାୟକ ମାନଦଣ୍ଡ ରୂପେ କାର୍ଯ୍ୟ କରିବ। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ନିଆଯାଇଥିବା ଏହି ପଦକ୍ଷେପ ଇ- ପ୍ରଶାସନ ପ୍ରକ୍ରିୟାକୁ ଆହୁରି ସୁଗମ ଓ ସହଜସାଧ୍ୟ କରିବ ବୋଲି ଆଶା କରାଯାଉଛି। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଏବଂ ସମାଜ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…
ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…
ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…
ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…
ବାଇକ୍ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…
କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍ ଉପରେ ପଡ଼ିବା ସହ…
ଗୋଟିଏ ରୁମ୍ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…
ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…
ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…
ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…
ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା
ଭୁବନେଶ୍ୱର,୧୮ା୯(ସୁନିତ୍ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

