ସଂଗଠନକୁ ମଜଭୁତ କରିବା ପାଇଁ ଅଙ୍ଗନଓ୍ବାଡି କର୍ମଚାରୀ ସଂଘର ଆହ୍ବାନ

ଦାରିଙ୍ଗବାଡ଼ି,୨୦ା୧(ଅରୁଣ ସାହୁ): ଭାରତୀୟ ମଜଦୂର ସଂଘ ସହ ଅନୁବନ୍ଧିତ ଅଲ୍‌ ଓଡିଆ ଅଙ୍ଗନଓ୍ବାଡି ସଂଘ ଦାରିଙ୍ଗବାଡ଼ି ବ୍ଲକର କାର୍ଯ୍ୟକାରିଣୀ ବୈଠକ ବ୍ଲକ ସଭାନେତ୍ରୀ ରଶ୍ମିରଞ୍ଜିତା ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ମଜଦୂର ସଂଘ (ବିଏମ୍‌ଏସ୍‌)ର ଜିଲା ସଭାପତି ଅଶୋକ ପରିଡ଼ାଙ୍କ ସହ ଜିଲା ସଭାନେତ୍ରୀ ଶର୍ମିଷ୍ଠା ନାୟକ ଓ ସମ୍ପାଦିକା ସାରଦା ପରିଛା, ଯୋଗଦେଇ ସଂଗଠନକୁ ମଜଭୁତ କରିବାକୁ ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ଷେତ୍ରରେ କେତେଜଣ ସୁପରଭାଇଜର ଅସହଯୋଗ କରୁଥିବା ଅଭିଯୋଗ ହୋଇଥିଲା। ମାସ ମାସ ଧରି ପୋଷଣ ଅନୁଦାନ, କିଶୋରୀ ବାଳିକା ଅର୍ଥ, ଗ୍ୟାସ ଅର୍ଥ ମିଳିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଚାଉଳ ଓଜନରେ କମ୍‌ ,ଅଣ୍ଡାଦର ବଜାରରେ ଅତ୍ୟଧିକ ବୃଦ୍ଧି ହୋଇଥିବାବେଳେ ଉପରିସ୍ଥ ଅଧିକାରୀ ଦୃଷ୍ଟି ଦେବା ଆବଶ୍ୟକ। ପ୍ରତ୍ୟେକ କର୍ମୀଙ୍କୁ ଦିଆଯାଉଥିବା ଅର୍ଥ କେଉଁ ବାବଦରେ ଦିଆଯାଉଛି ତାହା ଲିଖିତ ଭାବେ ଦେବାକୁ ଦାବୀ କରାଯାଇଛି। ଅଙ୍ଗନଓ୍ବାଡି କେନ୍ଦ୍ରକୁ ପିଲାମାନେ ଅଧିକାଂଶ ସମୟରେ ଖାଇବା ସମୟରେ ଆସୁଥିବା ବେଳେ ପରିଦର୍ଶନରେ ଆସୁଥିବା ସୁପର ଭାଇଜରମାନେ କମ୍‌ ସଂଖ୍ୟକ ଉପସ୍ଥାନ ଦେଉଥିବାରୁ କର୍ମୀମାନେ ବକେୟ ଟଙ୍କା ଶୁଝିବା କଷ୍ଟକର। ଏ ସମସ୍ୟା ସମ୍ପର୍କରେ ରାଜ୍ୟ ବୈଠକରେ ଆଲୋଚନା କରି ବିଭାଗୀୟ ଅଧିକାରୀଙ୍କୁ ଜଣାଇବାକୁ ବିଏମ୍‌ଏସ୍‌ର ଜିଲା ସଭାପତି ଅଶୋକ ପରିଡ଼ା ସୂଚନା ଦେଇଥିଲେ। ଆଗାମୀ ଦିନରେ ଅଙ୍ଗନଓ୍ବାଡି ସଂଘର ବ୍ଲକ ସମ୍ମିଳନୀ ଓ ଜିଲା ସମ୍ମିଳନୀ ଆୟୋଜନ କରିବାକୁ ଆଲୋଚନା କରାଯାଇଥିଲା। ଗତ ୩୧ତାରିଖରେ ଦାରିଙ୍ଗବାଡ଼ି ବ୍ଲକ ସଂଘର ସମ୍ପାଦିକା ତଥା ରୁକାନବାଡ଼ିର କର୍ମୀ ପ୍ରମଦା ମଲ୍ଲିକ ଅବସର ନେଇଥିଲେ। ଏହି ଅବସରରେ ବୈଠକରେ ବିଏମ୍‌ଏସର ଜିଲା ସଭାପତି ଅଶୋକ ପରିଡ଼ା,ସଂଘର ଜିଲା ସଭାନେତ୍ରୀ ଶର୍ମିଷ୍ଠା ନାୟକ ଓ ସମ୍ପାଦିକା ସାରଦା ନାୟକ ବ୍ଲକ ସଂଘ ପକ୍ଷରୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୁଚିତ୍ରା ପ୍ରଧାନ, କୁନି ସାହୁ,ମହାଲକ୍ଷ୍ମୀ ସାହୁ ,ଜୟନ୍ତୀ ସିଂ,କାବେରୀ ମଲିକ,କୁମାରୀ ମହାପାତ୍ର, ମିନତି ନାୟକ ,ପୁଷ୍ପ ଦେବୀ ପ୍ରଧାନ ପ୍ରମୁଖଙ୍କ ସହ ୧୨ଟି ସେକ୍ଟରର ସଦସ୍ୟାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri