୨୧ରୁ ଅଙ୍ଗନଓ୍ବାଡ଼ିଙ୍କ କାର୍ଯ୍ୟବନ୍ଦ

ରେଢ଼ାଖୋଲ,୧୪ା୧୧(ଡି.ଏନ.ଏ.): ଭାରତୀୟ ମଜଦୁର୍‌ ସଂଘ ଦ୍ବାରା ପରିଚାଳିତ ଅଲ ଓଡ଼ିଶା ଅଙ୍ଗନଓ୍ବାଡି ଲେଡିଜ଼ ୱାର୍କର୍ସ ଆସୋସିଏଶନ ରେଢାଖୋଲ ଶାଖା ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଉପଜିଲାପାଳ ପବିତ୍ର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଶାଖା ସଭାନେତ୍ରୀ ବିଜୟଲକ୍ଷ୍ମୀ ନନ୍ଦ, ସମ୍ପାଦକ କିଶୋରୀ ପ୍ରଧାନଙ୍କ ନେତୃତ୍ୱରେ ଅଙ୍ଗନଓ୍ବାଡି କର୍ମୀମାନେ ଏକ ଶୋଭାଯାତ୍ରାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଏକ ଦାବିପତ୍ର ପ୍ରଦାନ କରିଥିଲେ। ଏହାର ନକଲ ମହିଳା ଶିଶୁକଲ୍ୟାଣ ଓ ମିଶନଶକ୍ତି ମନ୍ତ୍ରୀ, ସଚିବ, ନିର୍ଦ୍ଦେଶକ ଓଡ଼ିଶା ଏବଂ ଜିଲାପାଳ ସମ୍ବଲପୁରଙ୍କୁ ପ୍ରଦାନ କରିଛନ୍ତି।

ଦାବି ପୂରଣ ଦିଗରେ ତୁରନ୍ତ ପଦକ୍ଷେପ ନିଆ ନ ଗଲେ ଆସନ୍ତା ୨୧ ତାରିଖରୁ ଅଙ୍ଗନଓ୍ବାଡି କର୍ମୀ ସମୂହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ସରକାର ଅନ୍ୟ ବିଭାଗର କର୍ମଚାରୀଙ୍କ ଦରମା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରୁଛନ୍ତି। ହେଲେ ଅଙ୍ଗନଓ୍ବାଡି କର୍ମୀମାନେ ସରକାରଙ୍କ ସମସ୍ତ ବିଭାଗର କାର୍ଯ୍ୟର ସଫଳ ରୂପାୟନ କରୁଥିବା ବେଳେ ସେମାନଙ୍କ ପ୍ରତି ସରକାର ବୈମାତୃକ ମନୋଭାବ ପ୍ରତିପୋଷଣ କରୁଛନ୍ତି। ଦୀଘଦିନ ଧରି ଅଙ୍ଗନଓ୍ବାଡି କର୍ମଚାରୀଙ୍କ ଦରମା ବୃଦ୍ଧି ଓ ଅବସରକାଳୀନ ସହାୟତା ରାଶି ବୃଦ୍ଧି କରିବା ପାଇଁ ଦାବି କରିଆସୁଥିବା ବେଳେ ଏ ଦିଗରେ ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ଓଲଟା କାର୍ଯ୍ୟଭାର ବୃଦ୍ଧି କରିଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri