ଅଙ୍ଗନଓ୍ବାଡି କର୍ମୀଙ୍କ ବିଶାଳ ରାଲି

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଭିନ୍ନ ଦାବି ନେଇ ୪୫ ଦିନ ହେବ ଲୋୟର ପିଏମ୍‌ଜିଠାରେ ଧାରଣାରେ ବସିଥିବା ଅଙ୍ଗନଓ୍ବାଡି କର୍ମୀମାନେ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ସେମାନଙ୍କର କେତେକ ଦାବି ପୂରଣ ନେଇ ସରକାରଙ୍କ ସହ ଆଲୋଚନା ହେବା ପରେ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନିଖିଳ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ସଂଘର ସଭାପତି ଅଞ୍ଜଳି ପଟେଲ କହିଛନ୍ତି। ସଂଘର ଏକ ପ୍ରତିନିଧି ଦଳ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭାଗୀୟ ଅଧିକାରୀମାନଙ୍କ ସହ ବିଭିନ୍ନ ଦାବି ଉପରେ ଆଲୋଚନା କରିଥିଲେ। ସେଥି ମଧ୍ୟରୁ ଅଙ୍ଗନଓ୍ବାଡି କର୍ମୀମାନଙ୍କର ପାରିଶ୍ରମିକ ବୃଦ୍ଧି କରିବାକୁ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ଫେବୃୟାରୀରେ ଏକ କମିଟି ଗଠନ କରାଯାଇ ଅର୍ଥ ବିଭାଗ ସହ ଆଲୋଚନା ପରେ ପାରିଶ୍ରମିକ ବୃଦ୍ଧି ନେଇ ନିଷ୍ପତ୍ତି ହେବ। ଅବସରକାଳୀନ ଦେୟ ବୃଦ୍ଧି ସହ ଅଙ୍ଗନଓ୍ବାଡି କର୍ମୀଙ୍କର ଅକାଳ ବିୟୋଗ ପାଇଁ ଅନୁକମ୍ପା ସହାୟତା ବ୍ୟବସ୍ଥା କରାଯିବ। ୬୦ ବର୍ଷ ପର୍ଯ୍ୟନ୍ତ ସେହି ସୁବିଧା ପ୍ରଦାନ କରାଯିବ। ମିନି ଅଙ୍ଗନଓ୍ବାଡିଗୁଡ଼ିକୁ ପର୍ଯ୍ୟାୟ କ୍ରମେ ମୁଖ୍ୟ ଅଙ୍ଗନଓ୍ବାଡି କରାଯିବ। ସୁପରଭାଇଜର ନିଯୁକ୍ତି କ୍ଷେତ୍ରରେ ୩୦ ପ୍ରତିଶତରୁ ୫୦ ପ୍ରତିଶତ କରାଯିବ। ହେଲ୍‌ପର ଏବଂ ଓ୍ବାର୍କରଙ୍କୁ ଖରାଛୁଟି ୧୦ ଦିନ ପ୍ରଦାନ କରିବା ନେଇ ଆଲୋଚନା ହୋଇଛି। ଏସବୁ ପୂରଣ କରିବା ନେଇ ପ୍ରତିଶ୍ରୁତି ମିଳିବା ପରେ ମହାସଂଘ ପକ୍ଷରୁ ଆନ୍ଦୋଳନକୁ ଆସନ୍ତା ଫେବୃୟାରୀ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।
ବିଭିନ୍ନ ଦାବି ନେଇ ଅଙ୍ଗନଓ୍ବାଡି କର୍ମୀମାନେ ଲୋୟର ପିଏମ୍‌ଜିରେ ଦୀର୍ଘଦିନ ଧରି ଆନ୍ଦୋଳନ ଚଳାଇଥିଲେ। ଦାବି ପୂରଣ ନେଇ ମଙ୍ଗଳବାର ପୂର୍ବାହ୍ନରେ ନବୀନ ନିବାସ ଯିବାକୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ରାଲିରେ ବାହାରିଥିଲେ। ଏଥିଯୋଗୁ ମାଷ୍ଟରକ୍ୟାଣ୍ଟିନରୁ ରାଜମହଲ ରାସ୍ତା ଜାମ୍‌ ହୋଇଥିଲା। ଯାନବାହନ ଦୀର୍ଘ ସମୟ ଧରି ଅଟକି ରହିଥିଲା। ପୋଲିସ ସେମାନଙ୍କୁ ରାଜମହଲ ଛକଠାରେ ଅଟକାଇଥିଲା। ସେମାନଙ୍କର ଏକ ପ୍ରତିନିଧିମଣ୍ଡଳୀ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସେମାନଙ୍କ ଦାବି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଆଲୋଚନା କରିଥିଲେ। ଅଙ୍ଗନଓ୍ବାଡି କର୍ମୀଙ୍କୁ ସରକାରୀ ମାନ୍ୟତା ଦେବା ସହ ମାସିକ ୫ ହଜାର ଟଙ୍କା ପେନ୍‌ସନ, ମୃତ ଅଙ୍ଗନଓ୍ବାଡି କର୍ମୀଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ପ୍ରଦାନ, ଅଙ୍ଗନଓ୍ବାଡି କର୍ମୀଙ୍କ ପାରିଶ୍ରମିକ ୧୮ ହଜାର ଏବଂ ସହାୟିକାମାନଙ୍କର ୯ ହଜାରକୁ ବୃଦ୍ଧି ଏବଂ ଅନ୍ୟାନ୍ୟ ଦାବି ରହିଛି। ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ ନ ହେଲେ ଆଗାମୀ ଦିନରେ ଜାତୀୟ ରାଜପଥ ଅବରୋଧ କରିବେ ବୋଲି କର୍ମୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri