Posted inଜାତୀୟ

ଦେବଦୂତ ପାଲଟିଲେ ହତ୍ୟାକାରୀ: ୧୦୦ଜଣଙ୍କ ଜୀବନ ନେଇଥିବା ଡାକ୍ତର ଗିରଫ

ଚଣ୍ଡିଗଡ଼, ୩୦।୭: ରୋଗୀଙ୍କ ଜୀବନ ବଞ୍ଚାଉଥିବା ଡାକ୍ତରଙ୍କୁ ସଭିଏଁ ଦେବଦୂତ ବୋଲି ମନେ କରିଥାନ୍ତି। ତେବେ ହରିୟାଣାର ୬୨ ବର୍ଷ ବୟସ୍କ ଡାକ୍ତର ଦେବେନ୍ଦ୍ର ଶର୍ମା ଦେବଦୂତ ବଦଳରେ ହତ୍ୟାକାରୀ ପାଲଟିଛନ୍ତି। ସେ ୧୦୦ଜଣ ଟ୍ରକ୍‌ ଏବଂ ଟ୍ୟାକ୍ସି ଡ୍ରାଇଭରଙ୍କୁ ହତ୍ୟା କରିଥିବା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି। ସେ ପାରୋଲ୍‌ରେ ଆସିବା ପରେ ଆଉ ଜେଲ୍‌କୁ ଫେରି ନ ଥିଲେ। ଜୁଲାଇ ୨୮ରେ ଏନେଇ ଇନସ୍ପେକ୍ଟର ମନୋହରଙ୍କୁ ସୂଚନା ମିଳିଥିଲା। ସେ ଦିଲ୍ଲୀର ବାପରୋଲାରେ ଲୁଚିଥିବା ଜଣାପଡ଼ିଥିଲା। ସେଠାରେ ବିବାହ କରି ସେ ରହୁଥିବା ପୋଲିସ ଜାଣିପାରିଥିଲା। ପରେ ଡିସିପି ରାକେଶ ପାଓ୍ବରିଆଙ୍କ ନିର୍ଦ୍ଦେଶରେ ନାରକୋଟିକ୍ସ୍‌ ଟିମ୍‌ ଦେବେନ୍ଦ୍ରଙ୍କୁ ଗିରଫ କରିଛନ୍ତି। ଦେବେନ୍ଦ୍ର ଜଣେ ସିରିଏଲ୍‌ କିଲର ବୋଲି ପୋଲିସ କହିଛି। ସେ ଦେଶର ବିଭିନ୍ନ ରାଜ୍ୟର ଚୋରା କିଡ୍‌ନୀ ର଼୍ୟାକେଟ ସହିତ ଯୋଗାଯୋଗରେ ରହିଥିଲେ। ଟ୍ରକ୍‌ ଏବଂ ଟ୍ୟାକ୍ସି ଡ୍ରାଇଭରଙ୍କୁ ହତ୍ୟା କରିବା ପରେ କିଡ୍‌ନୀ ସହିତ ଶରୀରର ଅନ୍ୟ ଅଙ୍ଗ କାଢ଼ି ନେଇ ବିକ୍ରି କରୁଥିବା ପୋଲିସ କହିଛି। ଦେବେନ୍ଦ୍ର ଚୋରାରେ ୧୨୫ କିଡ୍‌ନୀ ପ୍ରତିରୋପଣ କରସାରିଛନ୍ତି। ହତ୍ୟା କରିବା ପରେ ସେ ମୃତଦେହଗୁଡ଼ିକୁ କୁମ୍ଭୀର ଥିବା ନାଳରେ ଫିଙ୍ଗି ଦେଉଥିଲେ। ପରେ ସମ୍ପୃକ୍ତ ଡ୍ରାଇଭରଙ୍କ ଟ୍ରକ୍‌ ଏବଂ ଟ୍ୟାକ୍ସି ବିକ୍ରି ହେବା ପରେ ଦେବେନ୍ଦ୍ରଙ୍କୁ ୨୦ରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଟଙ୍କା ମିଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?