ବିଶ୍ୱକପ ୨୦୨୩: ଶ୍ରୀଲଙ୍କା ଦଳକୁ ଫେରିଲେ ଏଞ୍ଜୋଲା ମାଥ୍ଯୁସ୍, ଆହତ ହୋଇ ବାଦ ପଡ଼ିଲେ ଜୁନିଅର ମାଲିଙ୍ଗା

ନୂଆଦିଲ୍ଲୀ,୨୪।୧୦: ଶ୍ରୀଲଙ୍କାର ଜୁନିଅର ମାଲିଙ୍ଗା ମଥିଶା ପାଥିରାନା କାନ୍ଧରେ ଆଘାତ ପାଇ ବିଶ୍ୱକପ ୨୦୨୩ ରୁ ବାଦ ପଡ଼ିବା ପରେ ତାଙ୍କ ସ୍ଥାନରେ ବରିଷ୍ଠ ଖେଳାଳି ଏଞ୍ଜୋଲା ମାଥ୍ଯୁସଙ୍କୁ ଦଳରେ ସ୍ଥାନ ମିଳିଛି। ଅକ୍ଟୋବର ୧୦ ତାରିଖରେ ପାକିସ୍ତାନ ବିପକ୍ଷ ମ୍ୟାଚରେ ପାଥିରାନା କାନ୍ଧରେ ଆଘାତ ପାଇଥିଲେ। ନିକଟରେ ସେ ଘରକୁ ଫେରିଥିବା ବେଳେ ତାଙ୍କର ଆଘାତ ଏବଂ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ।

ପୂର୍ବରୁ ଶ୍ରୀଲଙ୍କା କ୍ରିକେଟ ଆସୋସିଏସନ ଅଲରାଉଣ୍ଡର ଏଞ୍ଜୋଲା ମାଥ୍ଯୁସ୍ ଏବଂ ଦ୍ରୁତ ବୋଲର ଦୁଷ୍ମନ୍ଥ ଚାମିରାଙ୍କୁ ରିଜର୍ଭ ଖେଳାଳିଭାବେ ଦଳରେ ସାମିଲ କରାଯାଇଥିଲା। ପାଥିରାନାଙ୍କ ବଦଳରେ ଚାମିରାଙ୍କୁ ଦଳରେ ସ୍ଥାନ ମିଳିବାର ସମ୍ଭାବନା ଅଧିକ ଥିଲେ ମଧ୍ୟ ବ୍ୟାଟିଂ ବିଭାଗକୁ ମଜବୁତ କରିବା ପାଇଁ ମାଥ୍ଯୁସ୍ ଙ୍କୁ ଦଳରେ ସାମିଲ କରାଯାଇଛି।

୩୬ ବର୍ଷୀୟ ମାଥ୍ୟୁସ୍ ଶ୍ରୀଲଙ୍କା ପାଇଁ ୨୨୧ ଦିନିକିଆ ମ୍ୟାଚ ଖେଳି ୪୧.୦୧ ହାରରେ ୫୮୬୫ ସଂଗ୍ରହ କରିଥିବା ବେଳେ ମାଧ୍ୟମ ଗତିରେ ବୋଲିଂ କରି ୧୨୦ ଟି ଉଇକେଟ ପାଇଛନ୍ତି। ବର୍ତ୍ତମାନ ଅଭିଜ୍ଞ ମାଥ୍ୟୁସ୍ ଙ୍କ ଉପସ୍ଥିତିରେ ଦଳକୁ ଫାଇଦା ହେବ ବୋଲି ଚୟନ କମିଟିର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri