Posted inଖେଳ

୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୧୧: ୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଏକ ନୂଆ ଘଟଣା ଘଟିଛି। ବାଂଲାଦେଶ-ଶ୍ରୀଲଙ୍କା ମ୍ୟାଚ ସମୟରେ ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌ ଘୋଷଣା କରାଯାଇଥିଲା। ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ଏହିପରି ଟାଇମ୍‌ ଆଉଟ୍‌ ଜରିଆରେ କୌଣସି ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ଫେରିବାକୁ ପଡି ନ ଥିଲା।
ସୂଚନାଯୋଗ୍ୟ, ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ବାଂଲାଦେଶ-ଶ୍ରୀଲଙ୍କା ଖେଳାଯାଉଛି। ଏହି ମ୍ୟାଚ୍‌ ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଶ୍ରୀଲଙ୍କା ଇନିଂସ ସମୟରେ ସମରବିକ୍ରମା ଆଉଟ୍‌ ହେବା ପରେ ମାଥ୍ୟୁସ୍‌ ବ୍ୟାଟିଂ କରିବାକୁ ଆସିଥିଲେ। କିନ୍ତୁ ସେ ଭୁଲ୍‌ ହେଲ୍‌ମେଟ୍‌ ନେଇ ଆସିଥିଲେ। ଏହା ପରେ ସେ ଠିକ୍‌ ହେଲମେଟ୍‌ ପାଇଁ ଇସାରା କରିଥିଲେ। ଏହି ସମୟରେ ବାଂଲାଦେଶ ଖେଳାଳି ମାନେ ଟାଇମ୍‌ ଆଉଟ୍‌ ପାଇଁ ଅପିଲ୍‌ କରିଥିଲେ। ମାଥ୍ୟୁସ୍‌ଙ୍କୁ ଅମ୍ପାୟାର ଆଉଟ୍‌ ଘୋଷଣା କରିଥିଲେ। ଫଳରେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ମାଥ୍ୟୁସ୍‌ ଟାଇମ୍‌ ଆଉଟ୍‌ ହୋଇଥିବା ପ୍ରଥମ କ୍ରିକେଟର୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri