Posted inଖେଳ

୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୧୧: ୧୪୬ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ପାଇଁ ଏକ ନୂଆ ଘଟଣା ଘଟିଛି। ବାଂଲାଦେଶ-ଶ୍ରୀଲଙ୍କା ମ୍ୟାଚ ସମୟରେ ଶ୍ରୀଲଙ୍କାର ଖେଳାଳି ଆଞ୍ଜେଲୋ ମାଥ୍ୟୁସଙ୍କୁ ଟାଇମ୍‌ ଆଉଟ୍‌ ଘୋଷଣା କରାଯାଇଥିଲା। ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ଏହିପରି ଟାଇମ୍‌ ଆଉଟ୍‌ ଜରିଆରେ କୌଣସି ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନକୁ ଫେରିବାକୁ ପଡି ନ ଥିଲା।
ସୂଚନାଯୋଗ୍ୟ, ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ବାଂଲାଦେଶ-ଶ୍ରୀଲଙ୍କା ଖେଳାଯାଉଛି। ଏହି ମ୍ୟାଚ୍‌ ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଶ୍ରୀଲଙ୍କା ଇନିଂସ ସମୟରେ ସମରବିକ୍ରମା ଆଉଟ୍‌ ହେବା ପରେ ମାଥ୍ୟୁସ୍‌ ବ୍ୟାଟିଂ କରିବାକୁ ଆସିଥିଲେ। କିନ୍ତୁ ସେ ଭୁଲ୍‌ ହେଲ୍‌ମେଟ୍‌ ନେଇ ଆସିଥିଲେ। ଏହା ପରେ ସେ ଠିକ୍‌ ହେଲମେଟ୍‌ ପାଇଁ ଇସାରା କରିଥିଲେ। ଏହି ସମୟରେ ବାଂଲାଦେଶ ଖେଳାଳି ମାନେ ଟାଇମ୍‌ ଆଉଟ୍‌ ପାଇଁ ଅପିଲ୍‌ କରିଥିଲେ। ମାଥ୍ୟୁସ୍‌ଙ୍କୁ ଅମ୍ପାୟାର ଆଉଟ୍‌ ଘୋଷଣା କରିଥିଲେ। ଫଳରେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ମାଥ୍ୟୁସ୍‌ ଟାଇମ୍‌ ଆଉଟ୍‌ ହୋଇଥିବା ପ୍ରଥମ କ୍ରିକେଟର୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri