Posted inଖେଳ

ଆଞ୍ଜେଲୋ ମାଥ୍ୟୁସଙ୍କ ଅପରାଜିତ ଶତକ

ଗାଲେ, ୨୩ା୧-ସ୍ଥାନୀୟ ଗାଲେ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଶ୍ରୀଲଙ୍କା ଆଞ୍ଜେଲୋ ମାଥ୍ୟୁସଙ୍କ ଅପରାଜିତ ଶତକ ସହାୟତାରେ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୪ ଉଇକେଟରେ ୨୨୯ ରନ କରିଛି। ଜେମ୍ସ ଆଣ୍ଡରସନଙ୍କ ଚମତ୍କାର ବୋଲିଂ ଯୋଗୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳର ଆରମ୍ଭ ଉତ୍ସାହଜନକ ହୋଇପାରି ନ ଥିଲା। ଜେମ୍ସ ପ୍ରଥମେ କୁଶାଲ ପେରେରା (୬) ଓ ଓସାଣ୍ଡା ଫର୍ନାଣ୍ଡୋ (୦) ଙ୍କୁ ଶୀଘ୍ର ଆଉଟ କରିଦେଇଥିଲେ। ପରେ ଓପନର ଲାହିରୁ ଥିରିମାନେ(୪୩) ତାଙ୍କ ବୋଲିଂର ଶିକାର ହୋଇଥିଲେ। ଫଳରେ ଶ୍ରୀଲଙ୍କା ୭୬ ସ୍କୋରରେ ଏହାର ୩ଟି ଉଇକେଟ ହରାଇ ସାରିଥିଲା। ତେବେ ଚତୁର୍ଥ ଉଇକେଟରେ ଆଞ୍ଜେଲୋ ମାଥ୍ୟୁସ (୧୦୭*) ଓ ଅଧିନାୟକ ଦିନେଶ ଚାଣ୍ଡିମଲ (୫୨)ଙ୍କ ମଧ୍ୟରେ ଶତକୀୟ ଭାଗୀଦାରି (୧୧୭) ଯୋଗୁ ଦଳର ବ୍ୟାଟିଂ ସ୍ଥିତିରେ ସୁଧାର ଆସିପାରିଥିଲା। ଚାଣ୍ଡିମଲଙ୍କୁ ମାର୍କ ଉଡ୍‌ ଏଲ୍‌ବିଡବ୍ଲ୍ୟୁ କରି ଏହି ପାର୍ଟନରଶିପ୍‌କୁ ଭଙ୍ଗ କରିଦେଇଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ମାଥ୍ୟୁସଙ୍କ ସହ ଉଇକେଟକିପର ନିରୋଶାନ ଡିକ୍‌ଓ୍ବେଲା ୧୯ରନ କରି ଅପରାଜିତ ରହିଛନ୍ତି।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୨୨୯/୪ (ଆଞ୍ଜେଲୋ ମାଥ୍ୟୁସ-୧୦୭*, ଦିନେଶ ଚାଣ୍ଡିମଲ୍‌-୫୨, ଲାହିରୁ ଥିରିମାନେ-୪୩, ଜେମ୍ସ ଆଣ୍ଡରସନ-୩/୨୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri