Posted inଖେଳ

ଆଞ୍ଜେଲୋ ମାଥ୍ୟୁସଙ୍କ ଅପରାଜିତ ଶତକ

ଗାଲେ, ୨୩ା୧-ସ୍ଥାନୀୟ ଗାଲେ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଶ୍ରୀଲଙ୍କା ଆଞ୍ଜେଲୋ ମାଥ୍ୟୁସଙ୍କ ଅପରାଜିତ ଶତକ ସହାୟତାରେ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୪ ଉଇକେଟରେ ୨୨୯ ରନ କରିଛି। ଜେମ୍ସ ଆଣ୍ଡରସନଙ୍କ ଚମତ୍କାର ବୋଲିଂ ଯୋଗୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳର ଆରମ୍ଭ ଉତ୍ସାହଜନକ ହୋଇପାରି ନ ଥିଲା। ଜେମ୍ସ ପ୍ରଥମେ କୁଶାଲ ପେରେରା (୬) ଓ ଓସାଣ୍ଡା ଫର୍ନାଣ୍ଡୋ (୦) ଙ୍କୁ ଶୀଘ୍ର ଆଉଟ କରିଦେଇଥିଲେ। ପରେ ଓପନର ଲାହିରୁ ଥିରିମାନେ(୪୩) ତାଙ୍କ ବୋଲିଂର ଶିକାର ହୋଇଥିଲେ। ଫଳରେ ଶ୍ରୀଲଙ୍କା ୭୬ ସ୍କୋରରେ ଏହାର ୩ଟି ଉଇକେଟ ହରାଇ ସାରିଥିଲା। ତେବେ ଚତୁର୍ଥ ଉଇକେଟରେ ଆଞ୍ଜେଲୋ ମାଥ୍ୟୁସ (୧୦୭*) ଓ ଅଧିନାୟକ ଦିନେଶ ଚାଣ୍ଡିମଲ (୫୨)ଙ୍କ ମଧ୍ୟରେ ଶତକୀୟ ଭାଗୀଦାରି (୧୧୭) ଯୋଗୁ ଦଳର ବ୍ୟାଟିଂ ସ୍ଥିତିରେ ସୁଧାର ଆସିପାରିଥିଲା। ଚାଣ୍ଡିମଲଙ୍କୁ ମାର୍କ ଉଡ୍‌ ଏଲ୍‌ବିଡବ୍ଲ୍ୟୁ କରି ଏହି ପାର୍ଟନରଶିପ୍‌କୁ ଭଙ୍ଗ କରିଦେଇଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ମାଥ୍ୟୁସଙ୍କ ସହ ଉଇକେଟକିପର ନିରୋଶାନ ଡିକ୍‌ଓ୍ବେଲା ୧୯ରନ କରି ଅପରାଜିତ ରହିଛନ୍ତି।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୨୨୯/୪ (ଆଞ୍ଜେଲୋ ମାଥ୍ୟୁସ-୧୦୭*, ଦିନେଶ ଚାଣ୍ଡିମଲ୍‌-୫୨, ଲାହିରୁ ଥିରିମାନେ-୪୩, ଜେମ୍ସ ଆଣ୍ଡରସନ-୩/୨୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri