Posted inଖେଳ

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍ ପୂର୍ବରୁ KKRର ଚଳିତ ସିଜନର ସବୁଠାରୁ ସଫଳ ତଥା ଯୁବ ବ୍ୟାଟ୍ସମ୍ୟାନ୍ ଅଙ୍ଗକୃଷ ରଘୁବଂଶୀ ଆହତ ଜନିତ ସମସ୍ୟା କାରଣରୁ ସମ୍ପୂର୍ଣ୍ଣ ସିଜନରୁ ବାଦ୍ ପଡ଼ିଛନ୍ତି। ଗତ ମ୍ୟାଚ୍‌ରେ କ୍ୟାଚ୍ ଧରିବା ବେଳେ ସେ ଗୁରୁତର ଭାବେ ଆହତ ହୋଇଥିଲେ। ତେବେ KKR ପକ୍ଷରୁ ଏପର୍ଯ୍ୟନ୍ତ ତାଙ୍କର କୌଣସି ବଦଳ ଖେଳାଳି (Replacement) ଘୋଷଣା କରାଯାଇ ନାହିଁ।

ଗତ ମେ’ ୨୦ ତାରିଖରେ ଇଡେନ ଗାର୍ଡେନ୍ସରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ଚାଲିଥିବା ସମୟରେ ଅଙ୍ଗକୃଷ ରଘୁବଂଶୀ ଆହତ ହୋଇଥିଲେ। ବରୁଣ ଚକ୍ରବର୍ତ୍ତୀଙ୍କ ବଲ୍‌ରେ ଏକ ଲମ୍ବା ଜମ୍ପ ମାରି କ୍ୟାଚ୍ ଧରିବାକୁ ଚେଷ୍ଟା କରୁଥିବା ବେଳେ ତାଙ୍କ ବାମ ହାତ ଆଙ୍ଗୁଠିରେ ଆଘାତ ଲାଗିଥିଲା। ଏହାସହ ତାଙ୍କ ମୁଣ୍ଡ ତଳେ ବାଜିବାରୁ ବେକରେ ମଧ୍ୟ ପ୍ରବଳ ଯନ୍ତ୍ରଣା ହୋଇଥିଲା।

 

View this post on Instagram

 

A post shared by Kolkata Knight Riders (@kkriders)

କୋଲକାତା ନାଇଟ୍ ରାଇଡର୍ସ ନିଜର ସୋସିଆଲ ମିଡିଆ ହ୍ୟାଣ୍ଡେଲ୍‌ରେ ଏକ ପୋଷ୍ଟ ସେୟାର କରି ଅଙ୍ଗକୃଷଙ୍କ ଆହତ ସମସ୍ୟା ଉପରେ ଅପଡେଟ୍ ଦେଇଛି। ଦଳ ପକ୍ଷରୁ କୁହାଯାଇଛି ଯେ, ଅଙ୍ଗକୃଷଙ୍କ ବାମ ହାତ ଆଙ୍ଗୁଠିରେ ଫ୍ରାକ୍ଚର (ଅସ୍ଥିଭଙ୍ଗ) ହୋଇଛି। KKR ଲେଖିଛି, “ମେ’ ୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ କ୍ୟାଚ୍ ନେବା ବେଳେ ବାମ ହାତ ଆଙ୍ଗୁଠିରେ ଫ୍ରାକ୍ଚର ହେବା କାରଣରୁ ଅଙ୍ଗକୃଷ ରଘୁବଂଶୀ ଆଇପିଏଲ୍ ୨୦୨୬ର ବାକି ସମସ୍ତ ମ୍ୟାଚ୍‌ରୁ ବାଦ୍ ପଡ଼ିଛନ୍ତି।”

ଅଙ୍ଗକୃଷ ରଘୁବଂଶୀଙ୍କ ପାଇଁ ଆଇପିଏଲ୍ ୨୦2୬ ସିଜନ ବେଶ୍ ସ୍ମରଣୀୟ ରହିଥିଲା। ସେ ଚଳିତ ସିଜନରେ KKR ପାଇଁ ସର୍ବାଧିକ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ୍ ଥିଲେ। ସେ ୧୩ଟି ମ୍ୟାଚ୍ ଖେଳି ୪୨.୨୦ ହାରରେ ୫ଟି ଅର୍ଦ୍ଧଶତକ ସହ ମୋଟ ୪୨୨ ରନ୍ ସଂଗ୍ରହ କରିଥିଲେ। ପ୍ଲେ-ଅଫ୍ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଏଭଳି ଜଣେ ଫର୍ମରେ ଥିବା ବ୍ୟାଟ୍ସମ୍ୟାନ୍‌ ବାଦ୍ ପଡ଼ିବା କୋଲକାତା ଦଳ ପାଇଁ ଏକ ବଡ଼ ଅଭାବ ସୃଷ୍ଟି କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?