Posted inଫୁରସତ

ବିବାହ ମଣ୍ଡପକୁ ଏଣ୍ଟ୍ରି କରୁଥିଲେ କନ୍ୟା, ପସନ୍ଦ ଆସିଲାନି ବାଜୁଥିବା ଗୀତ; ଆଉ ତା’ ପରେ…

ବିବାହ ପ୍ରତ୍ୟେକ ଯୁବତୀଙ୍କ ପାଇଁ ସ୍ବତନ୍ତ୍ର ହୋଇଥାଏ। ମେକଅପ୍‌ଠାରୁ ଆରମ୍ଭ କରି ପ୍ରତ୍ୟେକ ଜିନିଷ ପସନ୍ଦର ହେବା ଦରକାର ବୋଲି କନ୍ୟାମାନେ ଚାହିଁଥାନ୍ତି। ଜିନିଷ ଯଦି ମନପସନ୍ଦର ନ ହେଲା ତେବେ କନ୍ୟା ମନରେ କଷ୍ଟ ହୁଏ। କିନ୍ତୁ ଜଣେ କନ୍ୟାଙ୍କର ବିବାହ ସମୟରେ ବାଜୁଥିବା ଗୀତ ପସନ୍ଦ ଆସିଲାନି ବୋଲି ରାଗି ପଞ୍ଚମ ହୋଇଗଲେ। ତାଙ୍କର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ଭିଡିଓକୁ କନ୍ୟା ଶିବାନୀ ପପ୍ପଲ ନିଜେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ମୁଁ ମଣ୍ଡପକୁ ଏଣ୍ଟ୍ରି କରିବା ସମୟରେ ବାଜୁଥିବା ଗୀତ ମୋର ପସନ୍ଦ ଆସି ନ ଥିଲା। କାରଣ ମୁଁ ଯେଉଁ ଗୀତ ବଜାଇବାକୁ କହିଥିଲି ତାହା ବାଜୁ ନ ଥିଲା। ଏଥିରେ ଅସନ୍ତୁଷ୍ଟ ହୋଇ କନ୍ୟାଙ୍କ ଗୋଡ଼ ଆଉ ମଣ୍ଡପକୁ ପଡ଼ିଲାନି। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।

ଭିଡିଓରେ ଦେଖିବାକୁ ମିଳିଛି କନ୍ୟା ଜଣକ କହୁଛନ୍ତି, ମୁଁ ଯେଉଁ ଗୀତ ବଜାଇବାକୁ କହିଥିଲା କାହିଁକି ସେ ଗୀତ ବାଜିଲାନି। ପରିବାର ଲୋକେ ତାଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରୁଥିଲେ ମଧ୍ୟ ସେ କାହା କଥା ଶୁଣି ନ ଥିଲେ। ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷରୁ ଅଧିକ ଲୋକ ଦେଖିସାରିଛନ୍ତି। ଅନେକ ୟୁଜର ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ମଧ୍ୟ ଶେୟାର କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri